www.samajalive.in
Sunday, December 7, 2025
16.1 C
Bhubaneswar

ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଖୁସି ଖବର; ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିଁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥା ଜାରି ରହିବ। ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ। ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ସୂଚନା ଯୋଗ୍ୟ, ଏହି ସୁଧ ମୁକ୍ତ ଋଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶି ହେବେ ଭାଗ୍ୟବାନ୍‌, ହଠାତ୍‌ ମିଳିବ ଧନ, ଚାକିରି, ରହିବନି ଚିନ୍ତା..

ଦେଖନ୍ତୁ ଭିଡିଓ; ଟୋଲକର୍ମୀଙ୍କୁ ଚାପୁଡା ପରେ ଚାପୁଡା ମାରି ମହିଳା କଲେ ରକ୍ତାକ୍ତ, ଘଟିଥିଲା ଏମିତି କିଛି.. 

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories