www.samajalive.in
Saturday, December 6, 2025
23.1 C
Bhubaneswar

ବଡ ଖବର ; ପୂଜା ପାଇଁ ଏଥର ଆଗୁଆ ମିଳିବ ଦରମା, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି। ଏଥର ଆଗୁଆ ମିଳିବ ଦରମା। ଶାରଦୀୟ ଦୁର୍ଗାପୂଜା ପାଇଁ  ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ। ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଜିଏସଟି ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories