ଭୁବନେଶ୍ବର: ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ଯେ, ପୁରୀ ଜିଲାର ବଳଙ୍ଗାଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ। ପୀଡ଼ିତାଙ୍କ ସର୍ବୋତ୍ତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକ ସୁବିଧା ସୁନିଶ୍ଚିତ କରିବେ। ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ବରିତ ଆରୋଗ୍ୟ ନିମନ୍ତେ ପ୍ରାର୍ଥନା କରୁଛି।
Popular Categories



