ମାର୍ଚ୍ଚ ୧୦ ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଡେସ୍କ: ଆସନ୍ତା ମାର୍ଚ୍ଚ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବାରୁ ଆସନ୍ତା ସୋମବାର ମାର୍ଚ୍ଚ ୧୦ ତାରିଖ ଦିନ ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.