www.samajalive.in
Tuesday, December 9, 2025
16.1 C
Bhubaneswar

କିଶୋରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

କଟକ: ହ୍ବାଙ୍ଗଝୋ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିବା ଉଦୀୟମାନ ଓଡ଼ିଆ ଜାଭେଲିନ ଫିଙ୍ଗାଳି କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ମଙ୍ଗଳବାର ନବୀନ ନିବାସରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କିଶୋରଙ୍କୁ ସଫଳତା ଲାଗି ଶୁଭେଚ୍ଛା ଜଣାଇବା ସହ ପୂର୍ବ ଘୋଷଣାନାମା ଅନୁଯାୟୀ ଦେଢ କୋଟି ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ। ଏସୀୟ କ୍ରୀଡ଼ାରେ କିଶୋର ୮୭.୫୪ ମିଟର ଦୂରତ୍ବକୁ ଥ୍ରୋ କରି ଦ୍ବିତୀୟ ସ୍ଥାନ ହାସଲ କରିଥିଲେ। କିଶୋର ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦୋହରାଇବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ ଅଲିମ୍ପିକ୍‌ସ ଲାଗି ଶୁଭେଚ୍ଛା ଜଣାଇଛନ୍ତି।

ଏହି ସମ୍ବର୍ଦ୍ଧନା ଉତ୍ସବରେ ସଚିବ (୫ଟି) ଭି କେ ପାଣ୍ଡିଆନ୍ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ପ୍ରତିଯୋଗିତା ଲାଗି ଶୁଭେଚ୍ଛା ଜଣାଇଥିଲେ। ଅନ୍ୟପକ୍ଷରେ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥି ସହ କ୍ରୀଡ଼ାବିତ ମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରୀତ କରିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇ ଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories