www.samajalive.in
Saturday, December 6, 2025
16.1 C
Bhubaneswar

ଯୁଦ୍ଧ ନୁହେଁ, ବୁଦ୍ଧ ଚାହୁଁ; ଜିହାଦ ନୁହେଁ, ଜଗନ୍ନାଥ ଚାହୁଁ – ମୁଖ୍ୟମନ୍ତ୍ରୀ

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗସ୍ତର ପ୍ରଥମ ଭାଗରେ ତାରାତାରିଣୀ ପୀଠ ବୁଲି ଦେଖିଥିଲେ ଏବଂ ଏହି ଅଂଚଳର ଉନ୍ନତିକରଣ ପାଇଁ ସ୍ଥାନୀୟ ଲୋକପ୍ରନିଧିଙ୍କ ସହିତ ଆଲୋଚନା କରିଥିଲେ।

ପରେ ମୁଖ୍ୟମନ୍ତ୍ରୀ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଶିକ୍ଷା କେବଳ ଛାତ୍ରଛାତ୍ରୀମାନଙ୍କୁ ସାର୍ଟିଫିକେଟ୍ ଦେବାର ପ୍ରକ୍ରିୟା ନୁହେଁ; ଏହା ସେମାନଙ୍କୁ ଜୀବନ ଦୌଡ଼ ପାଇଁ ପ୍ରସ୍ତୁତ କରିବାର ଏକ ପ୍ରକ୍ରିୟା। ୧୦୦ ବର୍ଷ ଧରି, ଆମର ସ୍କୁଲ କେବଳ ଶ୍ରେଣୀଗୃହର ସମାହାର ନୁହେଁ। ଏହା ଜ୍ଞାନ ଓ ଚରିତ୍ରର ଏକ ପବିତ୍ର ସ୍ଥାନ ବୋଲି ଶ୍ରୀ ମାଝୀ କହିଛନ୍ତି। ସେ କହିଛନ୍ତି, ଚଳିତ ବର୍ଷ ବଜେଟରେ ସ୍କୁଲ ଶିକ୍ଷା ପାଇଁ ୩୧ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ଯାହା ପୂର୍ବ ବର୍ଷ ତୁଳନାରେ ୧୮ ପ୍ରତିଶତ ଅଧିକ।

- Advertisement -

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମା’ ତାରାତାରିଣୀ ପୀଠର ଭିତ୍ତିଭୂମି ବିକାଶ ନିମନ୍ତେ ୮ କୋଟି ଟଙ୍କା ଘୋଷଣା କରିଛନ୍ତି। ଏଥିରେ ସୁରକ୍ଷା ଓ ପରିମଳ ବ୍ୟବସ୍ଥା, ଗୋଟିଏ ସ୍ଵୟଂଚାଳିତ ରନ୍ଧାଯନ୍ତ୍ର ପ୍ରତିଷ୍ଠା, ୯୯୯ ପଥର ପାହାଚର ମରାମତି ଓ ପୁନଃ ନିର୍ମାଣ, ଯାନବାହାନ ରହଣୀସ୍ଥଳ ଓ ହେଲିପ୍ୟାଡ୍‌ପାଇଁ ଜମି ଅଧିଗ୍ରହଣ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ।

କାର୍ଯ୍ୟକ୍ରମରେ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଓ ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories