ବିକଶିତ ହେବ ଉତ୍କଳ ଗୌରବ ମଧୁସୂଦନଙ୍କ ଜନ୍ମପୀଠ ଓ କର୍ମଭୂମି 

୫ଟି ସଚିବଙ୍କ ମଧୁସୂଦନ ଦାସଙ୍କ ଜନ୍ମ ପୀଠ ପରିଦର୍ଶନ

ଭୁବନେଶ୍ୱର : ଆଜି ୫ଟି ସଚିବ ଭି.କେ ପାଣ୍ଡିଆନ ମଧୁ ସ୍ମୃତି ପୀଠ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି କେ ପଣ୍ଡିଆନ୍ ଆଜି ସକାଳେ କଟକ ସ୍ଥିତ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ପୀଠ ପରିଦର୍ଶନ କରି ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ଏବଂ ଏହାର ବିକାଶ ସମ୍ପର୍କରେ ସ୍ଥାନୀୟ ଲୋକ ଓ ପ୍ରଶାସନ ସହ ଆଲୋଚନା କରିଛନ୍ତି। ଉତ୍କଳ ଗୌରବ ମଧୁସୂଦନଙ୍କ ଜନ୍ମପୀଠ ଓ କର୍ମଭୂମିକୁ ‘ଏକକ ସଂଗ୍ରହାଳୟ କମ୍ପ୍ଲେକ୍ସ’ ଭାବେ ବିକଶିତ କରାଯିବ। ୧୫ ଫୁଟ ଉଚ୍ଚର ବ୍ରୋଞ୍ଜ ପ୍ରତିମୂର୍ତ୍ତୀ ହେବ । ମଧୁ ବାବୁଙ୍କ ଜୀବନ ଓ କୃତିକୁ ନେଇ ଲାଇଟ୍‌‌ ଆଣ୍ଡ ସାଉଣ୍ଡ ସୋ ମଧ୍ୟ କରାଯିବ।

ଆଗାମୀ ଏପ୍ରିଲ ୧୫ ସୁଦ୍ଧା ସମସ୍ତ ଯୋଜନା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରାଯିବ ।
୫ଟି କାର୍ୟ୍ୟକ୍ରମରେ ବିକାଶ କାମ ହେବ । ଆଗାମୀ ଏପ୍ରିଲ ୧୫ ସୁଦ୍ଧା ଯୋଜନା ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ । ମଧୁ ବାବୁଙ୍କ ଜନ୍ମ ପୀଠରେ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବ ।

ମଧୁବାବୁଙ୍କ ଶହେ ବର୍ଷ ପୁରୁଣା ଉଭୟ ଜନ୍ମ ପୀଠ ଓ କର୍ମ ଭୂମିକୁ ଏକ ସିଙ୍ଗଲ୍‌‌ ମ୍ୟୁଜିୟମ କମ୍ପେଲ୍ସ ଭାବରେ ବିକଶିତ କରାଯାଇ ଏହି ଐତିହ୍ୟ ସ୍ଥଳର ସଂରକ୍ଷଣ କରାଯିବ।

ସୂଚନା ଯୋଗ୍ୟ, କଲିକତାରୁ ଫେରିବା ପରେ ମଧୁ ବାବୁ ତାଙ୍କ ଜନ୍ମସ୍ଥାନ ନିକଟସ୍ଥ ଏକ ଘରେ ରହି ଓଡ଼ିଶା ମାଆର ସେବାରେ ନିଜକୁ ନିୟୋଜିତ କରିଥିଲେ। ଏହା ତାଙ୍କର କର୍ମ ଭୂମି ଭାବେ ପ୍ରସିଦ୍ଧ।

ଜନ୍ମ ପୀଠ ଓ କର୍ମଭୂମିକୁ ସଂଯୋଗ କରୁଥିବା ଗଳି ରାସ୍ତାର ଉନ୍ନତି କରାଯାଇ ଏହାର ପୁନରୁଦ୍ଧାର କରାଯିବ। କୁହାଯାଏ ଯେ ମଧୁବାବୁଙ୍କ ମାଆ ଏହି ରାସ୍ତାରେ ହିଁ ତାଙ୍କ ନିଜ ଜନ୍ମ ପୀଠରୁ ତାଙ୍କ ପାଇଁ କର୍ମଭୂମି ସ୍ଥାନକୁ ପ୍ରତିଦିନ ଖାଦ୍ୟ ନେଇ ଆସୁଥିଲେ।

ଏଠାରେ ଲାଇଟ୍ ଓ ସାଉଣ୍ଡ ସୋ’ର ବ୍ୟବସ୍ଥା ମଧ୍ୟ କରାଯିବ। ଏଥିରେ ମଧୁ ବାବୁଙ୍କ ଗୌରବମୟ ଜୀବନୀ ଓ ତାଙ୍କ କୀର୍ତ୍ତିର ବ୍ୟାଖ୍ୟାନ କରାଯିବ। ଓଡ଼ିଶା ଓ ଓଡ଼ିଶା ବାହାରୁ ଆସୁଥିବା ଦର୍ଶକ ମାନଙ୍କ ସୁବିଧା ପାଇଁ ବହୁ ଭାଷୀ ବ୍ୟାଖ୍ୟାନର ବ୍ୟବସ୍ଥା ରହିବ।

ମଧୁ ବାବୁଙ୍କ ଜୀବନୀ ଓ ଐତିହ୍ୟ ସ୍ଥଳ ସହ ଜଡିତ ସବୁ ସଂପୃକ୍ତ ବ୍ୟକ୍ତି ମାନଙ୍କ ସହ ଆଲୋଚନା କରାଯାଇ ଏହି ସଂଗ୍ରହାଳୟର ବିକାଶ କରାଯିବ।
ଏହି କାମର ମାନକୁ ଅତ୍ୟନ୍ତ ଉଚ୍ଚ କୋଟିର କରିବା ପାଇଁ ଯୋଜନା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଛନ୍ତି।
ସତ୍ୟଭାମାପୁରରେ ଏକ ପ୍ରକାର ପଥର (khondalite) ପଥରରେ ସ୍ଵାଗତ ତୋରଣ କରାଯିବ । କର୍ମଭୂମୀ ନିକଟରେ ଏକ ପାର୍କିଂ ସ୍ଥାନ ମଧ୍ୟ କରାଯିବ। ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ମଧୁବାବୁଙ୍କ ଜନ୍ମ ପୀଠରେ କସ୍ତୁରବା ନେସନାଲ୍‌‌ ମେମୋରିଅଲ୍‌‌ ଟ୍ରଷ୍ଟ ପରିଚାଳିତ ଚାଇଲ୍ଡ କେୟାର ଇଷ୍ଟିଟ୍ୟୁସନର ଅନ୍ତେବାସୀ ମାନଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଥିଲେ।

Comments are closed.