www.samajalive.in
Sunday, December 14, 2025
17.1 C
Bhubaneswar

୭୨୯୩ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୨ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟାଯାଇଛି। ଗୃହ ବିଭାଗ ପାଇଁ ମଧ୍ୟ ନିଯୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ ମଧ୍ୟ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ସରକାର ଖାଲି ପଡ଼ିଥିବା ପଦ ଏବଂ ଖାଲି ହେଉଥିବା ପଦବି ପୁରା କରୁଛନ୍ତି। ବିଭିନ୍ନ ବିଭାଗକୁ ଏଥିପାଇଁ ନିର୍ଦ୍ଦେଶ ଦେଇଥିଲି। ସରକାର ଦ୍ରୁତ ଶିଳ୍ପାୟନ କ୍ଷେତ୍ରରେ କାମ କରୁଛନ୍ତି। ଆମ ସରକାର ଆସିବାର ୫୦୦ ଦିନ ଭିତରେ ୩୭,୩୨୫ ଜଣଙ୍କୁ ନିଯୁକ୍ତି ଦେଇଛି। ଆଜି ଦ୍ବାଦଶ ନିଯୁକ୍ତି ମେଳାରେ ୧୨ଟି ବିଭାଗରେ ୭,୨୯୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବିତରଣ କରାଯାଇଛି।

ପୂର୍ବ ସରକାରରେ ଏତିକି କମ ଦିନରେ ଏଭଳି ନିଯୁକ୍ତି ଦିଆଯାଇନଥିଲା। ଦୁଇ ବର୍ଷ ମଧ୍ୟରେ ଆମ ସରକାର ୬୫ ହଜାରରୁ ଅଧିକ ନିଯୁକ୍ତି ପ୍ରଦାନ କରିସାରିଥିବେ। ଆମ ଦେଶରେ ୪ରୁ କମ ପ୍ରତିଶତ ସରକାରୀ ଚାକିରି କରିବାର ସୁଯୋଗ ଲାଭ କରିଥାନ୍ତି। ତେଣୁ ଆମ ସରକାର ଶିଳ୍ପାୟନ ମାଧ୍ୟମରେ ନିଯୁକ୍ତି ସୁଯୋଗ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛନ୍ତି। ପୂର୍ବ ସରକାରରେ ଓଡ଼ିଶାରେ ସବୁ ଥାଇ ମଧ୍ୟ ଶିଳ୍ପାୟନ ହୋଇପାରି ନଥିଲା। ଏହା ଦ୍ବାରା ଦେଢ଼ ଲକ୍ଷ ଲୋକଙ୍କୁ ରୋଜଗାର ମିଳିପାରିବ ବୋଲି ଆଶା କରାଯାଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories