www.samajalive.in
Sunday, December 14, 2025
19.1 C
Bhubaneswar

ସଂଘର୍ଷ ନୁହେଁ; ଆଦିବାସୀଙ୍କ ସୁରକ୍ଷା ଆମ କର୍ତ୍ତବ୍ୟ

ଭୁବନେଶ୍ବର: ଆଦିବାସୀଙ୍କ ସହ ସଂଘର୍ଷ ନୁହେଁ; ସେମାନଙ୍କୁ ସୁରକ୍ଷା ପ୍ରଦାନ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମଙ୍ଗଳବାର ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ଆୟୋଜିତ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଉପସ୍ଥିତ ବନଖଣ୍ଡ ଅଧିକାରୀଙ୍କୁ ପରାମର୍ଶ ଦେଇ ଶ୍ରୀ ମାଝୀ କହିଥିଲେ ଯେ, ବଣ ଜଙ୍ଗଲ ସହ ଆଦିବାସୀଙ୍କ ସମ୍ପର୍କ ଅତି ନିବିଡ଼। ସେମାନଙ୍କ ପାଇଁ ସଂଘର୍ଷହୀନ ସହାବସ୍ଥାନ ସୃଷ୍ଟି ଓ ସେମାନଙ୍କ ସୁରକ୍ଷା କରିବା ହେଉଛି ସରକାରଙ୍କ ନୈତିକ ଦାୟିତ୍ୱ। ବନ ଅଧିକାରୀମାନେ କ୍ଷେତ୍ରକୁ ଯାଆନ୍ତୁ, ଲୋକମାନଙ୍କ ସମସ୍ୟା ସମାଧାନ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହିତ ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ବିଭାଗ ପକ୍ଷରୁ ଜଙ୍ଗଲ ଭିତରେ ହାତୀ ଖାଦ୍ୟ ପାଇଁ ଧାନ ଚାଷ କରିବା ନିମନ୍ତେ ବିଭାଗକୁ ସେ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନର ସରକାର ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛନ୍ତି। ତେଣୁ, ଅଧିକାରୀମାନେ ଦୁର୍ନୀତିରୁ ଦୂରରେ ରୁହନ୍ତୁ ବୋଲି ସେ ସତର୍କ କରାଇଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ଏକାନ୍ତ ଆବଶ୍ୟକ। ବୃକ୍ଷରୋପଣ ସହିତ ତା’ର ସୁରକ୍ଷା, ପରିଚାଳନା ଓ ତଥା ସବୁଜ ବଳୟ ବୃଦ୍ଧି ପ୍ରତି ଆମକୁ ଦୃଷ୍ଟି ଦେବାକୁ ପଡ଼ିବ। ବନ୍ୟପ୍ରାଣୀ ଶିକାର ରୋକିବା, ଜଙ୍ଗଲ ନିଆଁ ରୋକିବାରେ ଜଙ୍ଗଲ ବିଭାଗ ଭଲ କାମ କରୁଛି। ତଥାପି ଏ କ୍ଷେତ୍ରରେ ଶତ ପ୍ରତିଶତ ସଫଳତା ହାସଲ କରିବାକୁ ପଡ଼ିବ। ଜଙ୍ଗଲ ସୁରକ୍ଷା ପାଇଁ ସ୍ୱେଚ୍ଛାସେବୀ ସଂଗଠନ, ନାଗରିକ ସୁରକ୍ଷା ମଞ୍ଚ ଆଦିଙ୍କର ମୁଖ୍ୟମନ୍ତ୍ରୀ ସହଯୋଗ କାମନା କରିବା ସହିତ ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ କେନ୍ଦୁଝର ଜିଲାର ପ୍ରମିଳା ପ୍ରଧାନଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ କହିଥିଲେ ଯେ ନୂଆ ସରକାର ଆସିବା ପରେ ଜଙ୍ଗଲ ସଂରକ୍ଷଣ ଓ ଅଭିବୃଦ୍ଧି ପ୍ରତି ଗୁରୁତ୍ୱ ଦିଆଯାଉଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଜଙ୍ଗଲ ମଧ୍ୟରେ ରହୁଥିବା ଲୋକଙ୍କ ଜୀବନ ଜୀବିକା ବୃଦ୍ଧି ପ୍ରତି ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ।
କାର୍ଯ୍ୟକ୍ରମରେ ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର, ଉଦ୍ୟାନ କୃଷି ବିଭାଗ ଏବଂ ଓଡ଼ିଶା ରାଜ୍ୟ ବିହନ ନିଗମ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତିପତ୍ର ସ୍ୱାକ୍ଷର ହୋଇଥିଲା। କାର୍ଯ୍ୟକ୍ରମରେ ପ୍ରଧାନ ମୁଖ୍ୟ ବନସଂରକ୍ଷକ (ବନ୍ୟପ୍ରାଣୀ) ପ୍ରେମ୍‌ କୁମାର ଝା, ପ୍ରଧାନ ମୁଖ୍ୟ ବନସଂରକ୍ଷକ (କେନ୍ଦୁପତ୍ର) ଉମା ନନ୍ଦୁରୀଙ୍କ ସମେତ ରାଜ୍ୟର ସମସ୍ତ ବନଖଣ୍ଡର ବନ ସଂରକ୍ଷକ, ଡିଏଫ୍‌ଓ, ଏସିଏଫଙ୍କ ସମେତ ବିଭାଗୀୟ ଅଧିକାରୀମାନେ ସମ୍ମିଳନୀରେ ଯୋଗଦେଇଥିଲେ। ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଓ ପ୍ରଧାନ ମୁଖ୍ୟ ବନସଂରକ୍ଷକ ଓ ବନବାହିନୀ ମୁଖ୍ୟ ସୁରେଶ ପନ୍ତ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories