www.samajalive.in
Monday, December 8, 2025
24.1 C
Bhubaneswar

ଜୁଲାଇ ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: ଆସନ୍ତାକାଲି(ଜୁଲାଇ ୨୨) ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି ସୋମବାର ହୋଇଥିଲେ ମଧ୍ୟ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଏଠାରେ ସୂଚନାଯୋଗ୍ୟ, ମୋହନ ସରକାର ଚଳିତ ମାସ ଆରମ୍ଭରୁ ପ୍ରତ୍ୟେକ ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି। ଏଥିରେ ସରକାର ସିଧାସଳଖ ଲୋକଙ୍କ ସମସ୍ୟା ବିଷୟରେ ବୁଝି ଏହାର ସମାଧାନ କରୁଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି। ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଏହି ଅଭିଯୋଗ ଶୁଣାଣି ଆୟୋଜିତ ହେଉଛି।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories