www.samajalive.in
Saturday, December 6, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା 

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ ପରେ ବଢିଲା ସୁରକ୍ଷା ବ୍ୟବସ୍ଥା । କେନ୍ଦ୍ର ସରକାରଙ୍କ ପକ୍ଷରୁ ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା ପ୍ରଦାନ କରାଯାଇଛି । ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ପରେ ଏହି ନିଷ୍ପତ୍ତି ନିଆଯାଇଛି । କୁହାଯାଉଛି ଯେ ସୁରକ୍ଷାକୁ ଦୃଷ୍ଟିରେ ରଖି ଜନ ଅଭିଯୋଗ ଶୁଣାଣି ସମୟରେ କାହାକୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିବାକୁ ଦିଆଯିବ ନାହିଁ । ଗୃହ ମନ୍ତ୍ରଣାଳୟ ରେଖା ଗୁପ୍ତାଙ୍କ ସୁରକ୍ଷା ବୃଦ୍ଧି କରିଛି ଏବଂ ତାଙ୍କୁ Z ସୁରକ୍ଷା ପ୍ରଦାନ କରାଯାଇଛି । ଏହା ସହିତ ସିଆରପିଏଫ୍‍ ଯବାନମାନେ ତାଙ୍କ ସହିତ ରହିବେ, ଯେଉଁମାନେ ସବୁବେଳେ ବୁଲେଟ୍‍ ପ୍ରୁଫ୍‍ ଜ୍ୟାକେଟ୍‍ ପିନ୍ଧି ରହିବେ ।
ବୁଧବାର ଜନ ଶୁଣାଣି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ କରାଯାଇଥିଲା । ଏହି ଆକ୍ରମଣ ପରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଉପରେ ପ୍ରଶ୍ନ ଉଠିଥିଲା । ଏବେ ଦିଲ୍ଲୀ ପୁଲିସ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ପରିବର୍ତ୍ତନ କରିବ । ପୂର୍ବରୁ ଲୋକମାନେ ଯେଉଁଭଳି ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଯୋଗାଯୋଗ କରୁଥିଲେ, ଏବେଠାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କଠାରୁ ଦୂରରେ ରଖାଯିବ । ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚିବାକୁ ଥିବା ଅଭିଯୋଗ ଗୁଡିକ ପୂର୍ବରୁ ଯାଞ୍ଚ କରାଯିବ ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories