www.samajalive.in
Saturday, December 6, 2025
16.1 C
Bhubaneswar

ସ୍ଵଚ୍ଛ ଓ ଉତ୍ତମ ସରକାରର ଦର୍ପଣ ହେଉଛି ରାଜସ୍ୱ ବିଭାଗ – ମୁଖ୍ୟମନ୍ତ୍ରୀ

ଡେସ୍କ: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ। ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ଭୂମି ପ୍ରଶାସନକୁ ଆଧୁନିକ ଏବଂ ଲୋକଭିମୁଖୀ କରିବା ପାଇଁ ପ୍ରତିଶୃତିବଦ୍ଧ। ଓଡିଶାରେ କେହିବି ଭୂମିହିନ ରହିବେ ନାହିଁ। ଯେଉଁମାନଙ୍କର ୪ ଡେସିମିଲରୁ କମ ଜମି ଅଛି, ସେମାନଙ୍କୁ ବି ଭୂମିହୀନ ଭାବେ ଗଣାହେବେ ଏବଂ ସରକାର ସେମାନଙ୍କୁ ଜମି ଯୋଗାଇ ଦେବେ।

- Advertisement -

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେଉଁମାନେ ଦୀର୍ଘଦିନ ଧରି ବଞ୍ଚିତ ଓ ଅବହେଳିତ – ସେମାନେ ହେଉଛନ୍ତି ସରକାରଙ୍କ ପ୍ରଥମ ପ୍ରାଥମିକତା। ବହୁତ ମୂଲ୍ୟବାନ ସରକାରୀ ଜମି ଜବରଦଖଲରେ ଅଛି। ସେହି ସରକାରୀ ଜମିକୁ ଜବରଦଖଲ ମୁକ୍ତ କରି ସୁରକ୍ଷିତ ରଖିବା ନିମନ୍ତେ ଶ୍ରୀ ମାଝୀ ଆହ୍ୱାନ ଦେଇଛନ୍ତି। ଆଗାମୀ ଦିନରେ ସରକାର ରାଜସ୍ୱ କ୍ଷେତ୍ରରେ ଅନେକ ସଂସ୍କାର ଆଣିବେ ତେଣୁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଦାଖଲ ଖାରଜ ମାମଲା ଓ ଅନ୍ୟାନ୍ୟ ଜମିଜମା ମାମଲାର ତ୍ୱରିତ ଫଇସଲା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories