www.samajalive.in
Saturday, December 6, 2025
16.1 C
Bhubaneswar

ହିତାଧିକାରୀ ପିଛା ୧୫ କିଲୋ ଲେଖାଏଁ ୩ ମାସର ଚାଉଳ ଆଗୁଆ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ତିନି ମାସ(ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏଁ ଚାଉଳ ପାଇବେ। ସୂଚନା ଯୋଗ୍ୟ ଯେ, ଏହି ପ୍ରକ୍ରିୟା ଅକ୍ଟୋବର ପହିଲାଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆଲୋଚନାରୁ ଜଣାଯାଇଛି ଯେ, ରାଜ୍ୟ ସରକାର ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବାବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି। ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡ଼ିଆମାନଙ୍କର ଇ-କେୱାଇସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

- Advertisement -

ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories