www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର:  ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବରେ ଗଢିତୋଳିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ସେହିପରି ନୂଆକରି ରାଜ୍ୟ ସରକାର ଗଢିଥିବା ୯ ଗୋଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସହ ୫ ଗୋଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ୬ ଗୋଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି ।

- Advertisement -

ଝାରସୁଗୁଡା ଠାରେ Cardiac Care ଡାକ୍ତରଖାନା, କଟକ ଶିଶୁଭବନରେ ପି.ଜି. ଛାତ୍ରଛାତ୍ରୀଙ୍କ ପାଇଁ Multi Utility Complex, ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲର LINAC block, କ୍ୟାପିଟାଲ ହସ୍‌ପିଟାଲର ବିକାଶ ତଥା PGI ଭାବରେ ଗଢିବା ଏବଂ ବରଗଡ କ୍ୟାନସର ହସ୍‌ପିଟାଲ ଆଦିର ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ସ୍ବାସ୍ଥ୍ୟସେବାର ଗୁରୁତ୍ବକୁ ଦୃଷ୍ଟିରେ ରଖି ଏହିସବୁ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବା ସହିତ ଏଥିରେ ସଂପୃକ୍ତ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ବକୁ ଉତ୍ତମ ସମନ୍ବୟ ରକ୍ଷା କରି ନିର୍ବାହ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଅନ୍ୟାନ୍ୟ ବିଷୟ ମାନଙ୍କ ମଧ୍ୟରେ ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜ ଗୁଡିକର ଅଧ୍ୟାପକ ପଦବୀ ତଥା Periphery ଡ଼ାକ୍ତରଖାନା ର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ ଏବଂ ଚିକିତ୍ସା ଊପକରଣ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା । । OPSC ପକ୍ଷରୁ ପ୍ରାୟ ୨୦୦୦ରୁ ଅଧିକ ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ଜଣାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ, ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।
ବୈଠକରେ ମୁଖ୍ୟ ଶାସନ ସଚିବ  ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, ଅର୍ଥ ବିଭାଗର ପ୍ରମୁଖ ସଚିବ  ଅଶୋକ ମୀନା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ  କିଷନ କୁମାର ଭିତ୍ତିଭୂମି ବିକାଶ ସଂପର୍କରେ ଉପସ୍ଥାପନା ଦେଇଥିଲେ ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories