ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଅପାର ସଫଳତା ଆଣିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ଆମ ପାଇଁ ଅପାର ସଫଳତା ଆଣିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ସାରା ବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକ ମାନେ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ନିଜେ ଉପସ୍ଥିତ ରହି ଓଡିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦୀ ଗ୍ୟାରେଣ୍ଟି’ ଦେଇଥିଲେ । ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ କରିବା ଓ ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡିଶାକୁ ଏକ ଗ୍ରୋଥ୍ ଇଞ୍ଜି୍ନ କରିବା ପାଇଁ ସେ ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେଇ ଆସିଛନ୍ତି । ଡବଲ ଇଞ୍ଜିନ ସରକାରରେ ତାଙ୍କର ଯାହା ଭୂମିକା ରହିବା କଥା ତାକୁ ସେ ସମ୍ପୂର୍ଣ୍ଣ ଭାବେ ନିର୍ବାହ କରିଛନ୍ତି । ଏହାଦ୍ୱାରା ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ପାଇଁ ଆମର ଯେଉଁ ସଂକଳ୍ପ ରହିଛି, ଆମେ ତାହାର ନିକଟତର ହୋଇପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

prayash

ଏହି ସମ୍ମିଳନୀରେ ସମୁଦାୟ ୧୪୫ଟି  ରାଜିନାମା (MoU) ସ୍ୱାକ୍ଷରିତ ହୋଇଛି । ଏହି ରାଜିନାମା ଗୁଡିକ ଓଡିଶାର ଶିଳ୍ପକ୍ଷେତ୍ରରେ କାୟକଳ୍ପ ପରିବର୍ତ୍ତନ କରିବା ସହିତ ବିଶ୍ୱ ସ୍ତରୀୟ ଶିଳ୍ପସଂସ୍ଥା ମାନଙ୍କ ସହିତ ସହଭାଗିତାର ନୂଆ ଯୁଗ ଆରମ୍ଭ କରିବ । ଏହି ରାଜିନାମା ଗୁଡିକ ଜରିଆରେ ସମୁଦାୟ ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ରାଜିନାମା ହୋଇଛି । କେମିକାଲସ୍, ପେଟ୍ରୋକେମିକାଲସ୍, ଟେକ୍ସଟାଇଲସ୍, ମାଇନଙ୍ଗ ଓ ମେଟାଲର୍ଜି, ନବୀକରଣୀୟ ଶକ୍ତି, ଆଇ.ଟି, ପର୍ଯ୍ୟଟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ପରି ବିବିଧ କ୍ଷେତ୍ରରୁ ପୁଞ୍ଜିନିବେଶର ପ୍ରସ୍ତାବ ଆସିଛି । ଏହା ଦ୍ୱାରା ରାଜ୍ୟରେ ୮ ଲକ୍ଷ ୯୪ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଓଡିଶାର ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ସହିତ ରାଜ୍ୟରେ ସମାବେଶୀ ଅଭିବୃଦ୍ଧି ହୋଇପାରିବ । ଏମଓୟୁ ସ୍ୱାକ୍ଷର ବ୍ୟତୀତ ଆହୁରି ୩.୮୪ ଲକ୍ଷ କୋଟି ଟଙ୍କାର ୪୪୮ ଟି ପୁଞ୍ଜିନିବେଶ ଅଭିପ୍ରାୟ ମଧ୍ୟ ଆମେ ନିର୍ଦ୍ଧାରିତ ଫର୍ମରେ ଗ୍ରହଣ କରିଛୁ । ଏହା ଦ୍ୱାରା ୩.୯୨ ଲକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ସିଙ୍ଗାପୁର, ମାଲେସିଆ ଓ ଅଷ୍ଟ୍ରେଲିଆ ପରି ପାର୍ଟନର ଦେଶର ପ୍ରତିନିଧି ମାନଙ୍କ ସହିତ ୧୬ ଟି ଦେଶର ପ୍ରତିନିଧି ଏହି କନକ୍ଲେଭରେ ଯୋଗଦେଇଥିଲେ । ଏହା ଦ୍ୱାରା ବିଶ୍ୱ ନିବେଶ ମାନଚିତ୍ରରେ ଓଡିଶା ଏକ ଆକର୍ଷଣୀୟ ସ୍ଥାନ ହୋଇପାରିଛି । ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ବୟନ ଶିଳ୍ପ ଓ ପୋଷାକ, ନବୀକରଣୀୟ ଶକ୍ତି, ସ୍କିଲଡ୍ ଇନ୍ ଓଡିଶା, ମହିଳା ମାନଙ୍କ ଉଦ୍ୟୋଗ ସ୍ଥାପନ, ପର୍ଯ୍ୟଟନ, ସର୍କୁଲାର ଇକୋନମି, କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ, ସ୍ୱାସ୍ଥ୍ୟ, ଫାର୍ମା ଓ ବାୟୋଟେକ୍ ଏବଂ ଶିଳ୍ପ ଭିତ୍ତିଭୂମି ଆଦି ବିଭିନ୍ନ କ୍ଷେତ୍ରୀୟ ଶିଳ୍ପ ସମ୍ପର୍କରେ ଆଲୋଚନା ହୋଇଥିଲା । ଏହି ସବୁ କ୍ଷେତ୍ରଗୁଡିକରେ ପୁଞ୍ଜିନିବେଶ ଓ ଅଭିବୃଦ୍ଧି ପାଇଁ ବିଭିନ୍ନ ରଣନୀତି ଉପରେ ପ୍ରସ୍ତାବ ରଖାଯାଇଥିଲା । ଆଧୁନିକ ଓ ଆଗାମୀ ଦିନରେ ଶିଳ୍ପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମର ୱାର୍କଫୋର୍ସକୁ ପ୍ରସ୍ତୁତ କରିବା ପାଇଁ ବିଭିନ୍ନ ରଣନୀତି ଉପରେ ସ୍କିଲଡ୍ ଇନ୍  ଓଡିଶା ସେସନରେ  ଆଲୋଚନା କରାଯାଇଥିଲା । ଏହି ଦୁଇ ଦିନର କାର୍ଯ୍ୟକ୍ରମ ଗଣମାଧ୍ୟମ ଜରିଆରେ ଉତ୍କର୍ଷ ଓଡିଶାର ସମ୍ବାଦ ସମସ୍ତଙ୍କ ପାଖରେ ପହଞ୍ଚି ପାରିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ସଂସ୍ଥା ଓ ଏଥିରେ କାମ କରୁଥିବା ସାମ୍ବାଦିକ ବନ୍ଧୁ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

kalyan agarbati

Comments are closed.