www.samajalive.in
Tuesday, December 9, 2025
19.1 C
Bhubaneswar

ସବୁ ସମୟରେ ପୋଲିସ୍ ଆକ୍ସନ ମୋଡରେ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପୋଲିସ ନିଯୁକ୍ତି ବୋର୍ଡ ପାଇଁ ନିଷ୍ପତ୍ତି, ଆଇନ ଶୃଙ୍ଖଳା ନିୟନ୍ତ୍ରଣାଧୀନ ଅଛି ।

ଭୁବନେଶ୍ୱର: ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଛନ୍ତି ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ, ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରନ୍ତୁ । ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି । ପୋଲିସ ପଦବୀ ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ।

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଛନ୍ତି ।

- Advertisement -

ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଛନ୍ତି ଯେ, ଏହି ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ । ଏହାକୁ ସୁନିଶ୍ଚିତ କରିବା ପାଇଁ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ସହିତ, ବିଭିନ୍ନ ଶିକ୍ଷାନୁଷ୍ଠାନମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ପଡୋଶୀ ରାଜ୍ୟରୁ ଓଡ଼ିଶାକୁ ବ୍ରାଉନସୁଗାର ଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଏବଂ କଡ଼ାକଡ଼ି ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଖୋଜ ମହିଳା ଓ ଶିଶୁଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବିଗତ ଏକ ବର୍ଷ ମଧ୍ୟରେ ୮,୦୩୫ ମହିଳା ଓ ୩,୩୦୬ ଜଣ ବାଳିକାଙ୍କୁ ଉଦ୍ଧାର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି। ପୋଲିସ ବିଭାଗରେ ଖାଲି ରହୁଥିବା ପଦବୀ ଗୁଡ଼ିକ ଯଥାଶୀଘ୍ର ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ।

ବୈଠକରୁ ଜଣାପଡ଼ିଛି ଯେ, ରାଜ୍ୟରେ ପୋଲିସ ବିଭାଗର ଫଳପ୍ରଦ କାର୍ଯ୍ୟାନୁଷ୍ଠାନ ଯୋଗୁଁ ମୋଟାମୋଟି ଭାବେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ୧୫ ବର୍ଷର ତଥ୍ୟକୁ ଅନୁଧ୍ୟାନ କଲେ ଜଣାପଡିଛି ଯେ, ବିଗତ ଏକ ବର୍ଷ ମଧ୍ୟରେ ଅଧିକାଂଶ କ୍ଷେତ୍ରରେ ଅପରାଧ ହ୍ରାସ ପାଇଛି । ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର, ବାଲି ଚୋରା ଚାଲାଣ ଏବଂ ଜାମିନ୍‍ ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଡ଼ିଶା ପୋଲିସର କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଡ୍ରଗ୍ସ ଏବଂ ବେଆଇନ ଗଞ୍ଜେଇ ଚାଷ ରୋକିବା କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ଗୁଡ଼ିକୁ ଆହୁରି ସୁଦୃଢ଼ କରିବା ଆବଶ୍ୟକ ବୋଲି ମତ ଦେଇ ଏହି ପଦକ୍ଷେପକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ବରିଷ୍ଠ ପୋଲିସ ଅଧିକାରୀଗଣ ଯୋଗ ଦେଇଥିଲେ ।

Hot this week

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

Related Articles

Popular Categories