www.samajalive.in
Saturday, December 6, 2025
16.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ ଆଜି, ଲୋକାର୍ପଣ ହେବ ୪୫୦୦ କୋଟିର ପ୍ରକଳ୍ପ

ଭୁବନେଶ୍ବର: ସୁନ୍ଦରଗଡ଼ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଯାଉଛନ୍ତି। ସେଠାରେ ସେ ପ୍ରାୟ ୪୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ସହିତ କେତେକ ନୂତନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ସୂଚନା ମିଳିଛି। ୩ଦିନ ପୂର୍ବରୁ ସଂଖ୍ୟାଧିକ ମନ୍ତ୍ରୀ ଓ ବିଧାୟକ ସୁନ୍ଦରଗଡ଼ ଜିଲାରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସଫଳ କରିବା ପାଇଁ ବିଭିନ୍ନ ଅଞ୍ଚଳରେ ଥିବା ଦଳର ସାଂଗଠନିକ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା ଚଳାଇଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ମଙ୍ଗଳବାର ପୂର୍ବାହ୍ନ ୧୦.୧୦ରେ ହେଲିକପ୍ଟରରେ ରାଉରକେଲା ଯିବେ। ସେଠାରେ ବିପିୟୁଟି ନିକଟସ୍ଥ ପଡ଼ିଆରେ ସମସ୍ତ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ସହ ସଭାକାର୍ଯ୍ୟ ପାଇଁ ବ୍ୟବସ୍ଥା କରାଯାଇଛି। ୧୨୦ଟି ସ୍ଥାନରେ ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବ। କାର୍ଯ୍ୟକ୍ରମ ସାରି ସେ ଅପରାହ୍ଣ ୨ଟା ସୁଦ୍ଧା ଭୁବନେଶ୍ବର ଫେରି ଆସିବେ।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories