www.samajalive.in
Tuesday, December 9, 2025
19.1 C
Bhubaneswar

ଆଜି ରମାଦେବୀ ଆସିବେ ମୁଖ୍ୟମନ୍ତ୍ରୀ : ଆଲୋକମାଳାରେ ଝଲସୁଛି କ୍ୟାମ୍ପସ୍‌

ଭୁବନେଶ୍ୱର : ରମାଦେବୀ ମହିଳା ବିଶ୍ବବିଦ୍ୟାଳୟକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିବେ। ବିଶ୍ବବିଦ୍ୟାଳୟର ୪ ନୂଆ ଅଟ୍ଟାଳିକାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ। କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ବିଶ୍ବବିଦ୍ୟାଳୟକୁ ଆଲୋକମାଳାରେ ସଜ୍ଜା ଯାଇଛି। କ୍ୟାମ୍ପସ୍‌ ଚଳଚଞ୍ଚଳ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।
ପ୍ରାୟ ୧୫ ମିନିଟ୍‌ ମୁଖ୍ୟମନ୍ତ୍ରୀ ବିଶ୍ବବିଦ୍ୟାଳୟରେ ରହିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଶିକ୍ଷାନୁଷ୍ଠାନ ପରିସରକୁ ସଫା କରାଯାଇଥିବାବେଳେ ବାହାର ଓ ଭିତରେ ଆଲୋକମାଳରେ ସଜ୍ଜା ଯାଇଛି। ଉତ୍ସବରେ କର୍ମଚାରୀ, ଛାତ୍ରୀଙ୍କ ସହ ପୁରାତନ ଛାତ୍ରୀ ମଧ୍ୟ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ରହଣିବେଳେ ସଂକ୍ଷିପ୍ତ ସାଧାରଣ ସଭା କରାଯିବ। କୁନ୍ତଳା କୁମାରୀ ସାବତଙ୍କ ନାମରେ ନାମିତ ପାଠାଗାର ସହ କଳା ଓ ବିଜ୍ଞାନ ବ୍ଲକ୍‍, ଗବେଷଣାରତ ଛାତ୍ରୀଙ୍କ ପାଇଁ ହଷ୍ଟେଲ ଲୋକାପର୍ଣ କରାଯିବ। ତିନିଟି ଅଟ୍ଟାଳିକା ରୁସା ପାଣ୍ଠିରେ ନିର୍ମାଣ ହୋଇଥିବା ବେଳେ ଗୋଟିଏ ଅଟ୍ଟାଳିକା ରାଜ୍ୟ ଅନୁଦାନରେ ନିର୍ମାଣ କରାଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ ଅତିଥି ଭାବେ ଆମନ୍ତ୍ରଣ କରାଯାଇଛି। କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories