ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ
ଭୁବନେଶ୍ୱର : ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡିଆ ସଙ୍ଗୀତ ଜଗତରେ ସେ ସ୍ଥାପନ କରିଥିବା କୀର୍ତ୍ତି ସର୍ବଦା ସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ ଲେଖିଛନ୍ତି। ଶୋକ ସନ୍ତପ ପରିବାର ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।
ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସଙ୍ଗୀତ ଜଗତରେ ସେ ସ୍ଥାପନ କରିଥିବା କୀର୍ତ୍ତି ସର୍ବଦା ତାଙ୍କୁ ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) June 20, 2021
ଖ୍ୟାତିସମ୍ପନ୍ନ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଅକାଳ ବିୟୋଗର ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ ।
ପ୍ରଭୂ ଜଗନ୍ନାଥଙ୍କ ପାଖେ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଉଛି ।
pic.twitter.com/5C04sw8ufq— Pratap Sarangi (@pcsarangi) June 20, 2021
Comments are closed.