www.samajalive.in
Friday, December 5, 2025
26.1 C
Bhubaneswar

ପଇସା ଅଭାବରୁ କେହି ଜଣେ ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ:ମୁଖ୍ୟମନ୍ତ୍ରୀ

୭ ଜିଲାର କୋବିଡ଼ ପର୍ଯ୍ୟବେକ୍ଷକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଭିଡ଼ିଓ କନ୍ଫରେନ୍ସ

କୋବିଡ଼ ରୋଗୀଙ୍କୁ ସରକାରଙ୍କ ପକ୍ଷରୁ ଦିଆଯାଉଛି ମାଗଣା ଚିକିତ୍ସା ସୁବିଧା

ରାଜ୍ୟରେ ପ୍ଲାଜମା ଥେରାପିରେ ଚିକିତ୍ସିତ ହେଉଛନ୍ତି ୧୩୨ ରୋଗୀ

ଅଗଷ୍ଟ ୧୫ ତାରିଖରେ ପ୍ଲାଜମା ଦାତାମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା

 

ଭୁବନେଶ୍ବର : ପଇସା ଅଭାବରୁ କେହି ଜଣେ ବି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆଜି ଭିଡିଓ କନଫରେନ୍ସି ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀ ମାନଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗାଇ ଦେଉଛନ୍ତି । ଏ କ୍ଷେତ୍ରରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ ଯେଉଁଠାରେ କି ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ଦିଆଯାଉଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଅଧିକରୁ ଅଧିକ ଲୋକଙ୍କ ଜୀବନ ଯେପରି ବଞ୍ଚାଯାଇପାରିବ ସେ ଦିଗରେ ଆମେ ନିଷ୍ଠାର ସହିତ କାର୍ଯ୍ୟ କରୁଛୁ ।

- Advertisement -

କରୋନାକୁ ପ୍ରତିହତ କରିବା ପାଇଁ ଟେଷ୍ଟିଂ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ଲକ୍ଷଣ ପ୍ରକାଶ ମାତ୍ରକେ ତୁରନ୍ତ ସ୍ବେଚ୍ଛାକୃତ ଭାବରେ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଆହ୍ବାନ ଜଣାଇଛନ୍ତି । ଏହାଦ୍ବାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହିତ ଆରୋଗ୍ୟ ହାର ମଧ୍ୟ ଆହୁରି ଭଲ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗତକାଲି ରାଜ୍ୟରେ ଗୋଟିଏ ଦିନରେ ୩୨ ହଜାର ଟେଷ୍ଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଲୋକମାନେ ଯେପରି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍-ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇଁ ବି.ଡି.ଓ. ଓ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ରୋଗକୁ ଭୟ ନ କରି ଚିକିତ୍ସା ପାଇଁ ଆଗେଇ ଆସିବା ସହିତ ରୋଗୀଙ୍କୁ ଘୃଣା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ । ଏ ଦିଗରେ ଲୋକ ପ୍ରତିନିଧିମାନେ ଜନସାଧାରଣଙ୍କୁ ସଚେତନ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ସ୍ବଳ୍ପ ଓ ଲକ୍ଷଣ ବିହୀନ ରୋଗୀମାନଙ୍କୁ ଘରେ ଚିକିତ୍ସା ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ଏବଂ ରୋଗୀମାନଙ୍କୁ ମେଡିସିନ୍‌ କିଟ୍‌ ଓ ଟେଲି ମେଡିସିନ ଯୋଗେ ଡକ୍ତରୀ ସୁବିଧା ଯୋଗାଇ ଦେବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ଖୋର୍ଦ୍ଧା, ସୁନ୍ଦରଗଡ, କଟକ ଓ ଯାଜପୁର ଜିଲ୍ଲାଗୁଡିକ ଉପରେ ଅଧିକ ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଗତ ପାଞ୍ଚ ମାସ ଧରି ରାଜ୍ୟବାସୀ ଯେଭଳି ସାହସର ସହ ଲଢେଇ ଜାରି ରଖିଛନ୍ତି ତାହା ଆମକୁ ଉତ୍ସାହଜନକ ସଫଳତା ଦେଇଛି । ଏଥିପାଇଁ ଆଗ ଧାଡିର କୋଭିଡ୍‌ ଯୋଦ୍ଧା ତଥା ଲୋକପ୍ରତିନିଧି ମାନଙ୍କର ନିରନ୍ତର ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ। ଗତ ତିନି ସପ୍ତାହ ମଧ୍ୟରେ ରାଜ୍ୟରେ ପାଞ୍ଚଟି ପ୍ଲାଜମା ବ୍ୟାଙ୍କ ସ୍ଥାପନ ହୋଇପାରିଛି ଏବଂ ଏହି ଚିକିତ୍ସା ଜରିଆରେ ରୋଗୀମାନେ ଭଲ ଫଳ ପାଇପାରୁଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନ ତଥା ଡାକ୍ତରମାନଙ୍କୁ ସାଧୁବାଦ ଜଣାଇଥିଲେ । ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଥିଲେ ଯେ ସାରା ଦେଶରେ କୋଭିଡ୍‌ ନିୟନ୍ତ୍ରଣରେ ଓଡିଶାର ସମସ୍ତ ସୂଚକାଙ୍କ ଉତ୍ସାହଜନକ ରହିଛି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୯ ଜଣ ପ୍ଲାଜ୍‌ମା ଡୋନର ପ୍ଲାଜ୍‌ମା ଦାନ କରିଥିବା ବେଳେ ୧୩୨ ଜଣ ପ୍ଲାଜ୍‌ମା ଥେରାପିରେ ଚିକିତ୍ସିତ ହେଉଛନ୍ତି । ୧୦ ଜଣ ସମ୍ପୁର୍ଣ୍ଣ ସୁସ୍ଥ ହୋଇଥିବା ବେଳେ ୯୮ ଜଣଙ୍କ ସ୍ବାସ୍ଥ୍ୟରେ ଆଖିଦୃଶିଆ ଉନ୍ନତି ଆସିଛି । ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ବର୍ତ୍ତମାନ ରାଜ୍ୟରେ ଆରୋଗ୍ୟ ହାର ୬୮.୬ ପ୍ରତିଶତ ଥିବାବେଳେ ମୃତ୍ୟୁହାର ୦.୬୦ ରହିଛି । ତିନୋଟି ସରକାରୀ ମେଡିକାଲ କଲେଜରେ ଅତିରିକ୍ତ RT-PCR Machine ସ୍ଥାପନ କରିବା, ରାଜ୍ୟରେ ଲାବ୍‌ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ହୋଇଥିଲା ।

ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଅବସରରେ ଜିଲ୍ଲା ସ୍ତରରେ ପ୍ଲାଜ୍‌ମା ଦାତାମାନଙ୍କୁ ସମ୍ବର୍ଦ୍ଧିତ କରିବାପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା, ଯାଜପୁର, ଜଗତସିଂପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର ଓ କଟକ ଜିଲ୍ଲାର କୋଭିଡ୍‌ ପର୍ଯ୍ୟବେକ୍ଷକମାନଙ୍କ ସହ ଜିଲ୍ଲାର ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ ।

ଏହି ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର, ଅର୍ଥ ବିଭାଗ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି), E&IT ବିଭାଗ ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories