www.samajalive.in
Sunday, December 7, 2025
14.1 C
Bhubaneswar

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ନିବେଶକ ସମ୍ମିଳନୀରେ ଯୋଗଦେବେ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ସେ ଦିଲ୍ଲୀରେ ଓଡ଼ିଶା ନିବେଶକ ସମ୍ମିଳନୀ ଏବଂ ଏମ୍‌ଓୟୁ ସ୍ବାକ୍ଷର ସମାରୋହରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆଇଓସିଏଲ, ପେଟ୍ରୋନେଟ୍ ଏଲଏନଜି, ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭସ ଲି. ସହ ରାଜ୍ୟ ସରକାର ବୁଝାମଣାପତ୍ର ସ୍ବାକ୍ଷର କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଏହି ଗସ୍ତ କାଳରେ ଓଡ଼ିଶାର ଭବିଷ୍ୟତ ପାଇଁ ରହିଥିବା ଭିଜନ ସମ୍ପର୍କରେ ବହୁ ଶିଳ୍ପ ନେତୃତ୍ବ ଓ ଅଂଶୀଦାରଙ୍କ ସହ ଆଲୋଚନା କରିବେ। ରାଜ୍ୟକୁ ବିଭିନ୍ନ ଶିଳ୍ପ ପାଇଁ ନିବେଶ ଆକର୍ଷିତ କରିବାକୁ ମୁଖ୍ୟମନ୍ତ୍ରୀ ନଏଡାରେ ଥିବା ଏଚସିଏଲ ଟେକ୍‌ କ୍ୟାମ୍ପସ ପରିଦର୍ଶନ କରିବେ। କେତେକ ଶିଳ୍ପ ମୁଖ୍ୟଙ୍କ ସହ ମୁଖ୍ୟମନ୍ତ୍ରୀ ୱାନ ଟୁ ୱାନ ବୈଠକ କରିବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିପାରନ୍ତି ବୋଲି ଜଣାପଡ଼ିଛି।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories