www.samajalive.in
Wednesday, December 10, 2025
26.1 C
Bhubaneswar

ସୋମବାର ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ, ୪୭୦୦କୋଟି ଟଙ୍କା ପ୍ରକଳ୍ପର ହେବ ଶୁଭ ଉଦ୍‍ଘାଟନ ଓ ଶିଳାନ୍ୟାସ

କେନ୍ଦୁଝରଗଡ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଆସି ୪୭୦୦କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଶିଳାନ୍ୟାସ କରିବା ନେଇ ଜିଲାପାଳ ଆଶିଷ ଠାକରେ ଶନିବାର ଏକ ଅନୌପଚାରିକ ବାର୍ତ୍ତାରେ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ହେଲିକେପ୍ଟର ଯୋଗେ ଆସି ପୂର୍ବାହ୍ନ ପ୍ରାୟ ୧୧ଟାରେ ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ସମ୍ମୁଖ ହେଲିପ୍ୟାଡରେ ଅବତରଣ କରିବା ପରେ ନବନିର୍ମିତ ମେଡିକାଲ କଲେଜର ଶୁଭ ଉଦ୍‍ଘାଟନ ସହ ଅଡିଟୋରିୟମରେ ଡାକ୍ତର ଓ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ପ୍ରଦାନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମେଡିକାଲ କଲେଜ ସମ୍ମୁଖ ପଡିଆରେ ଆୟୋଜିତ ସାଧାରଣ ସଭାରେ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍‍ବୋଧନ ଦେବାସହ ଜିଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ସହ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଥିବା ଜିଲାପାଳ ଶ୍ରୀ ଠାକରେ ସୂଚନା ଦେଇ ଏହା କହିଛନ୍ତି। ସେଥିମଧ୍ୟରେ ଶଙ୍କରପୁରସ୍ଥିତ ଧରଣୀଧର ଟ୍ରାଇବାଲ ସ୍ପୋର୍ଟ୍ସ କମ୍ପେ୍ଲକ୍ସ, ପୁରୁଣାବଜାରସ୍ଥିତ ହାଡବନ୍ଧ ପୋଖରୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, ବଳଦେବଜୀଉ ମନ୍ଦିର ପରିସରରେ ନବିନିର୍ମିିତ ଭୋଗମଣ୍ଡପ ସମେତ ୪୭୦୦କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories