www.samajalive.in
Saturday, December 6, 2025
26.1 C
Bhubaneswar

ପୁଷ୍କରାକୁ ପୁରସ୍କାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ଵର : ଜାତୀୟ ଚଳଚିତ୍ର ଉତ୍ସବରେ ପୁଷ୍କରାକୁ ଶ୍ରେଷ୍ଠ ଓଡିଆ ଚଳଚିତ୍ର ପୁରସ୍କାର ମିଳିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ଚଳଚ୍ଚିତ୍ର ସହ ଜଡିତ ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଓଡିଆ ଚଳଚ୍ଚିତ୍ର ଜଗତ ଏପରି ଉତ୍ତମ ଚଳଚ୍ଚିତ୍ର ନିର୍ମାଣ ନେଇ କାମନା କରିଛନ୍ତି। ୨୦୨୩ ବର୍ଷ ପାଇଁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବରେ ଓଡିଆ ପରମ୍ପରା ଉପରେ ଆଧାରିତ ଚଳଚ୍ଚିତ୍ର ପୁଷ୍କରାକୁ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ପୁରସ୍କାର ପ୍ରଦାନ କରାଯାଇଛି।

ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ  ଚଳଚିତ୍ର , ନିର୍ମାତା, ନିର୍ଦେଶକ , ଅଭିନେତା ଏବଂ ଅଭିନେତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ। ପୁଷ୍କରା ପାଇଁ ଲିତିଶା ମଙ୍ଗତ ପଣ୍ଡା ଏବଂ ନିର୍ଦେଶକ ଶୁଭ୍ରାଂଶୁ ଦାସ ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ୧୯ ସେପ୍ଟେମ୍ବର ୨୦୨୩ ରେ ତରଙ୍ଗ ସିନେ ପ୍ରଡକ୍ସନ୍ ବ୍ୟାନରରେ ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା। ଶକ୍ତର ତ୍ରିପାଠୀଙ୍କ ଓଡିଆ ଉପନ୍ୟାସ ନାଦବିନ୍ଦୁ ଆଧାରରେ ଏହି ଚଳଚ୍ଚିତ୍ର ନିର୍ମାଣ ହୋଇଥିଲା। ଶଙ୍କର ତ୍ରିପାଠୀ କାହାଣୀ ଏବଂ ସଂଳାପ ଲେଖିଥିବାବେଳେ ଶୁଭ୍ରାଂଶୁ ଦାସ ନିର୍ଦେଶନା ଦେଇଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories