www.samajalive.in
Sunday, December 7, 2025
15.1 C
Bhubaneswar

‘ହୋସ୍‍ଲା’ ​ରେ ସଫଳ ଓଡ଼ିଆ ପୁଅଝିଅଙ୍କ ପାଇଁ ପୁରସ୍କାର ଘୋଷଣା

ଭୁବନେଶ୍ୱର: ’ହୋସ୍‍ଲା-୨୦୧୮’ରେ ଭାଗ ନେଇଥିବା ଓଡ଼ିଶାର ପୁଅଝିଅଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ପିଲାଙ୍କ ପ୍ରଦର୍ଶନର ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କୁ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପୁରୁଷ ହକି ବିଶ୍ୱକପ ଖେଳ ଦେଖିବାକୁ ଆମନ୍ତ୍ରଣ କରିଛନ୍ତି। ସେ ଏହି ପ୍ରତିଯୋଗିତାରେ ବିଜୟ ଲାଭ କରି ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତ୍ୟେକ ପିଲାଙ୍କ ପାଇଁ ୫୦ହଜାର ଟଙ୍କା, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ପିଲାଙ୍କ ପାଇଁ ୩୦ହଜାର ଟଙ୍କା ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପିଲାଙ୍କ ପାଇଁ ୨୦ହଜାର ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ ଯେ ନଭେମ୍ବର ମାସ ୨୬ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ ଠାରେ ଜାତୀୟସ୍ତରରେ ଆନ୍ତଃ ଶିଶୁସେବା ଅନୁଷ୍ଠାନ ପ୍ରତିଯୋଗିତା ହୋସ୍‍ଲା-୨୦୧୮ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶାର ୧୮ବର୍ଷରୁ କମ୍‍ ୩୭ ଜଣ ପିଲା, ଫୁଟବଲ,ଚେସ୍‍, ଆଥଲେଟିକ୍ସ, ଚିତ୍ରାଙ୍କନ, ତର୍କ ଓ ମଡେଲ ନିର୍ମାଣ ଆଦି ପ୍ରତିଯୋଗିତାରେ ଭାଗ ନେଇ ୧୪ଟି ସ୍ୱର୍ଣ୍ଣ, ୪ଟି ରୌପ୍ୟ ଓ ୨ଟି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏଥିରେ୧୮ଟି ରାଜ୍ୟର ପିଲାମାନେ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରେ ଓଡ଼ିଶାର ପ୍ରଦର୍ଶନ ସର୍ବଶ୍ରେଷ୍ଠ ଥିଲା।
ସଚିବାଳୟରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ସମ୍ବର୍ଦ୍ଧିତ କରିବା ଅବସରରେ ଅନ୍ୟମାନଙ୍କ ମଧ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ବିଭାଗୀୟ ପ୍ରମୁଖ ସଚିବ ଉପସ୍ଥିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories