www.samajalive.in
Sunday, December 7, 2025
16.1 C
Bhubaneswar

କଟକରୁ ଆଜି ୭ କରୋନା ପଜିଟିଭ୍ ଚିହ୍ନଟ, ୬ ଜଣଙ୍କର କ୍ୟାନସର ହସ୍ପିଟାଲ ଲିଙ୍କ୍

କଟକ : କଟକ ସହରରୁ ଆଜି ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବୁଧବାର ଚିହ୍ନଟ ସମସ୍ତ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ହୋଇଥିବା କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ୭ ଜଣଙ୍କ ମଧ୍ୟରୁ ୬ ଜଣ ଆକ୍ରାନ୍ତ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ କରୋନା ପଜିଟିଭ୍ ଲିଙ୍କରୁ ହିଁ ସଂକ୍ରମିତ ବୋଲି ଜଣାପଡିଛି। ଏନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛି ସିଏମସି।


ବୁଧବାର ଚିହ୍ନଟ ହୋଇଥିବା କାଠଗଡ଼ା ସାହିରୁ ଜଣେ ମହିଳା, ଥୋରିଆ ସାହିରୁ ଜଣେ ପୁରୁଷ, ନୂଆପାଟଣାରୁ ଦୁଇ ଜଣ ମହିଳା, ମଙ୍ଗଳାବାଗରୁ ଜଣେ ଯୁବକ ଓ ଜଗତପୁରରୁ ଜଣେ ବ୍ୟକ୍ତି କ୍ୟାନସର ହସ୍ପିଟାଲ ଲିଙ୍କରେ ସଂକ୍ରମିତ ହୋଇଥିବା ଜଣାଯାଇଛି । ଅନ୍ୟପକ୍ଷରେ ମହାନଦୀବିହାରରୁ ଜଣେ ମହିଳା କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା କଟକ ମହାନଗର ନିଗର ଅଧିନ ଅଞ୍ଚଳରେ ୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ୨୨ ଜଣ ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories