www.samajalive.in
Friday, December 5, 2025
27.1 C
Bhubaneswar

ସ୍ଵଦେଶୀ ମନ୍ତ୍ରରେ ଅଭିମନ୍ତ୍ରୀତ ହେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଡେସ୍କ: ଭାରତ ଆଜି ବିଶ୍ବର ଚତୁର୍ଥ ବୃହତ ଅର୍ଥନୀତି। ଦେଶ ସ୍ବାଧୀନତାର ୧୦୦ ବର୍ଷ ୨୦୪୭ ସୁଦ୍ଧା ବିକଶିତ ଅର୍ଥନୀତି ହେବା ଲକ୍ଷ୍ୟରେ ଆମ ଦେଶ ଦ୍ରୁତ ଗତିରେ ଅଗ୍ରସର ହେଉଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେ ତାଙ୍କ ବାର୍ତ୍ତାରେ କହିଛନ୍ତି, ଓଡିଆମାନଙ୍କ ସଂକଳ୍ପ ଆମ ସ୍ୱତନ୍ତ୍ର ରାଜ୍ୟ ଗଠନର ୧୦୦ ବର୍ଷ ପୂର୍ତି ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନ କରିବୁ। ବିକଶିତ ଭାରତ ଗଠନରେ ଆମ ଓଡ଼ିଶାର ପ୍ରମୁଖ ଯୋଗଦାନ ରହିବ। ଏଥ୍ ପାଇଁ ସାଢେ ଚାରିକୋଟି ଓଡି଼ଆଙ୍କୁ ସଂକଳ୍ପରୁ ସିଦ୍ଧି ଆଡକୁ ଆଗେଇବାକୁ ପଡିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସୁନ୍ଦର ଭବିଷ୍ୟତ, ଖଦି, ସ୍ବଦେଶୀ, ଭୋକାଲ ଫର ଲୋକାଲ, ଆତ୍ମନିର୍ଭର ଭାରତ ଏବଂ ଏହାର ଅନ୍ତିମ ପର୍ଯ୍ୟାୟ ବିକଶିତ ଭାରତ। ବିକଶିତ ଭାରତର ବର୍ଦ୍ଧିତ ଶୁଳ୍କକୁ ଡର ରହିବ ନାହିଁ। ଆମ ଅର୍ଥନୀତି ସ୍ବୟଂ ସମ୍ପୂର୍ଣ୍ଣ ହେବ। ସେ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭୋକାଲ ଫର ଲୋକାଲ ଓ ସ୍ୱଦେଶୀର ଆଦ୍ୟ ପଥ ପ୍ରଦର୍ଶକ। ମହାପ୍ରଭୁ ଓଡ଼ିଆ ଲୋକଙ୍କ ହାତବୁଣା ବସ୍ତ୍ର ଛଡା ଆଉ କିଛି ପିନ୍ଧନ୍ତି ନାହିଁ।

- Advertisement -

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହସ୍ତତନ୍ତ ବସ୍ତ୍ର କିଣିଛି ସହ ଓଡିଶା ଓ ଦେଶବାସୀ ବିକଶିତ ଭାରତ ଗଠନ କରିବା ପାଇଁ ଭୋକାଲ ଫର ଲୋକାଲ ସ୍ଵଦେଶୀ ମନ୍ତ୍ରରେ ଅଭିମନ୍ତ୍ରୀତ ହେବା ପାଇଁ ଆହ୍ୱାନ ଦେଇଛନ୍ତି।

Hot this week

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

Related Articles

Popular Categories