ଭୁବନେଶ୍ବର : ଯାଜପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ରାଜନେତା ଅନାଦି ଚରଣ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଜନପ୍ରତିନିଧି ଭାବେ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।
Comments are closed.