www.samajalive.in
Monday, December 15, 2025
24.1 C
Bhubaneswar

ଅକ୍ଟୋବର୨୧ ଓ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବେନେଶ୍ୱର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଚଳିତ ଅକ୍ଟୋବର ୨୧ ତାରିଖ (ସୋମବାର) ଓଅକ୍ଟୋବର ୨୮ ତାରିଖ (ସୋମବାର)ରେ ପୂର୍ବାହ୍ନ ୧୧ଟା ସମୟରୁ ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।ଏହି ଦୁଇଦିନ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଅକ୍ଟୋବର ୧୮ ତାରିଖ ପୂର୍ବାହ୍ନ୧୧ଟା ଠାରୁ ଆରମ୍ଭ ହେବ ଏବଂ ପ୍ରତ୍ୟେକ ଅଭିଯୋଗ ଶୁଣାଣି ଦିବସ ନିମନ୍ତେ ସର୍ବାଧିକ୧୦୦୦ଜଣ ପଞ୍ଜୀକରଣକ ରିପାରିବେ, ଯେଉଁମାନେ କି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ।

ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ଜରିଆରେ ପଞ୍ଜୀକରଣ କରିପାରିବେ। ଜନ ସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାରପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବେ। ଏ ସଂପର୍କରେ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories