ଭୁବନେଶ୍ୱର : ଆସନ୍ତା ମେ’ ୨୬ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଆସନ୍ତା ମେ’ ୨୬ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।



