www.samajalive.in
Sunday, December 7, 2025
26.1 C
Bhubaneswar

ପାକିସ୍ତାନରେ ବଡ଼ ରେଳ ଦୁର୍ଘଟଣା: ୨୫ ମୃତ, ୮୦ରୁ ଊର୍ଦ୍ଧ୍ବ ଆହତ

ଇସ୍‌ଲାମାବାଦ: ପାକିସ୍ତାନରେ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଥିବା ନେଇ ରବିବାର ଖବର ସାମ୍ନାକୁ ଆସିଛି। ପାକିସ୍ତାନୀ ଗଣମାଧ୍ୟମ ସୂଚନା ଅନୁସାରେ, ରାୱଲପିଣ୍ଡିରୁ ଚାଲୁଥିବା ହଜାରା ଏକ୍ସପ୍ରେସର ୧୦ଟି ବଗି ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୫ ଜଣଙ୍କ ମୃତ୍ୟୁ ଘଟିବା ସହ ୮୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଶହଜାଦପୁର ଓ ନୱାବଶାହ ମଧ୍ୟରେ ଥିବା ସହାରା ରେଳ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଏହି ଦୁର୍ଘଟଣାରେ ପ୍ରଭାବିତ ଲୋକଙ୍କୁ ନୱାବଶାହ ମେଡିକାଲରେ ଭର୍ତ୍ତି କରାଯାଇଛି। ଟ୍ରେନ ଲାଇନଚ୍ୟୁତ ହେବାର କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ଅଧିକାରୀମାନେ ତଦନ୍ତ କରୁଛନ୍ତି।

- Advertisement -

 

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories