www.samajalive.in
Sunday, December 14, 2025
26.1 C
Bhubaneswar

୨୦୨୦-୨୧ ଆର୍ଥିକ ବର୍ଷରେ ଓଡ଼ିଶାକୁ ମିଳିଛି ୧୫୧୯.୩୧ କୋଟି ଟଙ୍କାର କୋଇଲା ରୟାଲଟି

ନୂଆଦିଲ୍ଲୀ : ୨୦୨୦-୨୧ ଆର୍ଥିକ ବର୍ଷରେ ଓଡ଼ିଶାକୁ ୧୫୧୯.୩୧ କୋଟି ଟଙ୍କାର କୋଇଲା ରୟାଲଟି ମିଳିଛି । ଏହାଛଡ଼ା ୨୦୧୯-୨୦ରେ ରାଜ୍ୟକୁ ୨୧୩୯.୪୫ କୋଟି ଟଙ୍କାର ରୟାଲଟି ପ୍ରଦାନ କରାଯାଇଥିଲା। ୨୦୧୧-୧୨ ଆର୍ଥିକ ବର୍ଷ ଠାରୁ ୨୦୧୮-୧୯ ଆର୍ଥିକ ବର୍ଷ ମଧ୍ୟରେ ରାଜ୍ୟକୁ ଯଥାକ୍ରମେ ୧୦୪୫.୯୨ କୋଟି ଟଙ୍କା, ୧୨୪୨.୮୭ କୋଟି ଟଙ୍କା, ୧୩୪୯.୬୮ କୋଟି ଟଙ୍କା, ୧୪୧୬.୫୬ କୋଟି ଟଙ୍କା, ୧୬୯୮.୧୫ କୋଟି ଟଙ୍କା, ୧୬୬୬.୦୨ କୋଟି ଟଙ୍କା, ୧୭୫୪.୫୩ କୋଟି ଟଙ୍କା ଏବଂ ୨୦୨୪.୧୫ କୋଟି ଟଙ୍କା କୋଇଲା ରୟାଲଟି ମିଳିଛି ।

କେନ୍ଦ୍ର କୋଇଲା, ଖଣି, ସଂସଦୀୟ ବ୍ୟାପାର ମନ୍ତ୍ରୀ  ପ୍ରହ୍ଲାଦ ଯୋଶୀ ବୁଧବାର ଲୋକସଭାରେ ଏହି ସୂଚନା ଦେଇଛନ୍ତି। କୋଇଲା ମନ୍ତ୍ରୀ କହିଛନ୍ତି ଯେ କେତେକ କୋଇଲା ଉତ୍ପାଦନକାରୀ ରାଜ୍ୟ ରୟାଲଟି ଦର ବଢ଼ାଇବା ପାଇଁ ଦାବି କରି ଆସୁଛନ୍ତି। ଏହି କ୍ରମରେ, କୋଇଲା ଓ ଲିଗ୍ନାଇଟ୍‌ ଉପରେ ରୟାଲଟି ଦର ସଂଶୋଧନ ପାଇଁ ୨୧.୦୭.୨୦୧୪ରେ ଏକ ଅଧ୍ୟୟନ ଗୋଷ୍ଠୀ ଗଠନ କରାଯାଇଥିଲା। ଅଧ୍ୟୟନ ଗୋଷ୍ଠୀ ବିଭିନ୍ନ ଅଂଶୀଦାର ରାଜ୍ୟମାନଙ୍କ ଠାରୁ ମତାମତ ସଂଗ୍ରହ କରିଥିଲା। କୋଇଲା ଉତ୍ପାଦନକାରୀ ରାଜ୍ୟମାନେ କୋଇଲା ରୟାଲିଟୀ ଦରକୁ ବର୍ତ୍ତମାନର ୧୪ ପ୍ରତିଶତରୁ ବୃଦ୍ଧି କରି ୨୦ ପ୍ରତିଶତ କରିବା ଲାଗି ଦାବି କରୁଛନ୍ତି। ଅନ୍ୟପଟେ କୋଇଲା ଉପଯୋଗକାରୀ ରାଜ୍ୟମାନେ ରୟାଲଟି ଦରକୁ ୧୪%ରୁ କମାଇ ଅତିବେଶୀରେ ୫-୬ ପ୍ରତିଶତ ମଧ୍ୟରେ ରଖିବା ପାଇଁ ଦାବି କରି ଆସୁଛନ୍ତି।

- Advertisement -

ଅଧ୍ୟୟନ ଗୋଷ୍ଠୀ ସବୁ ଦିଗରୁ ବିଚାର କରିବା ପରେ ରିପୋର୍ଟ ଦାଖଲ କରିଛି । ଏଥିରେ ରୟାଲଟି ଦରରେ କୌଣସି ପରିବର୍ତ୍ତନ ନକରିବା ପାଇଁ ସୁପାରିସ କରାଯାଇଛି କାରଣ ରୟାଲଟି ଉପରେ ୩୦ ପ୍ରତିଶତ ହାରରେ ଡିଏମଏଫ ଦର ଏବଂ ରୟାଲଟି ଉପରେ ୨ପ୍ରତିଶତ ହାରରେ ଏନଏମଇଟି ଦର ଲାଗୁ ହେବା ପରେ ମୋଟ୍‌ ଲାଗୁ ପରିମାଣ ୧୮.୪୮%ରେ ଅର୍ଥାତ୍‌ {(୧୪%+ ୪.୨ (୧୪%ର 30%) + .୨୮ (୧୪% ର ୨%) ରେ } ପହଞ୍ଚି ଯାଉଛି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories