ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକରେ ବିଦ୍ୟୁତ ସରବରାହ ବ୍ୟବସ୍ଥାକୁ ପ୍ରାକୃତିକ ବିପର୍ଯ୍ୟୟ ନିରୋଧକ କରିବା ନିମନ୍ତେ କାର୍ଯ୍ୟ ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୨ଟି ପର୍ଯ୍ୟାୟରେ ଏହି କାର୍ଯ୍ୟ ନିମନ୍ତେ ପ୍ରାୟ ୧୯,୦୦୦ କୋଟି ଟଙ୍କାର ଯୋଜନା ପ୍ରସ୍ତୁତ ହୋଇଛି। ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗ ଓ ବିତରକ କମ୍ପାନୀମାନଙ୍କୁ ଜରୁରୀକାଳୀନ ଭିତ୍ତିରେ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା ଓ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ବୈଠକରେ ଅଂଶଗ୍ରହଣ କରିଥିଲେ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଉପକୂଳ ଜିଲ୍ଲାରେ ବିଦ୍ୟୁତ ସରବରାହ ବ୍ୟବସ୍ଥା ହେବ ପ୍ରାକୃତିକ ବିପର୍ଯ୍ୟୟ ନିରୋଧକ, ୧୯,୦୦୦ କୋଟି ଟଙ୍କାର ଯୋଜନା ପ୍ରସ୍ତୁତ
Popular Categories


