www.samajalive.in
Wednesday, December 10, 2025
14.1 C
Bhubaneswar

ଚଳିତ ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ କୋଡିଂ ଓ ଆଇଟି

ଭୁବନେଶ୍ୱର: ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ‘କୌଶଳୀ’ ସ୍କୁଲ କ୍ଲବ୍‌ ଜରିଆରେ ପ୍ରଯୁକ୍ତିବିଦ୍ୟା ଓ କୋଡିଂ ଶିକ୍ଷା ଗ୍ରହଣ କରିବାକୁ ଯାଉଛନ୍ତି। ସେମାନଙ୍କୁ ଶିକ୍ଷାଦାନ କରିବା ପାଇଁ ରାଜ୍ୟସ୍ତରରେ ପ୍ରଶିକ୍ଷଣ ଆରମ୍ଭ ହୋଇଛି। ଗୁରୁବାରଠାରୁ ତିନିଦିନ ଧରି ଭୁବନେଶ୍ୱରର ୩ଟି ଉଚ୍ଚ ବିଦ୍ୟାଳୟରେ- ୟୁନିଟ୍‌ ୮ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌ ୮ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ସୟଦ୍‌ ମମତାଜ ଅଲ୍ଲୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟ ପ୍ରଶିକ୍ଷକମାନଙ୍କୁ(ମାଷ୍ଟର ଟ୍ରେନର) ତାଲିମ ଦିଆଯାଉଛି। ବ୍ଲକ୍‌ସ୍ତରରୁ ୮୯ ଜଣ ବିଜ୍ଞାନ ଶିକ୍ଷକ ଏଥିରେ ଯୋଗ ଦେଇଛନ୍ତି। ପ୍ରଯୁକ୍ତିବିଦ୍ୟା ବିଶେଷଜ୍ଞମାନେ ପ୍ରଶିକ୍ଷଣ ଦେଉଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ‘ମୋ ସ୍କୁଲ’ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରୁଛି।

ବିଦ୍ୟାଳୟଗୁଡିକରେ ସ୍କୁଲ କ୍ଲବ୍‌ ମାଧ୍ୟମରେ ଆକାଂକ୍ଷୀ ପାଠ୍ୟକ୍ରମର ପ୍ରଚଳନ କରାଯାଉଛି। ପାଠ୍ୟକ୍ରମରେ ୪ଟି ସ୍କୁଲ କ୍ଲବ୍‌(କ୍ରୀଡାଙ୍ଗନ, କୌଶଳୀ, ସାହିତ୍ୟ ସୃଜନୀ, ଜିଜ୍ଞାସା) ନୂତନ ଭାବେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହାକୁ ସଫଳ ପରିଚାଳନା ପାଇଁ ଏବେ ମୁଖ୍ୟ ପ୍ରଶିକ୍ଷକଙ୍କୁ ପ୍ରଶିକ୍ଷଣ ରାଜ୍ୟସ୍ତରରେ ଦିଆଯାଉଛି। ଗତ ସପ୍ତାହରେ କ୍ରୀଡାଙ୍ଗନ କ୍ଲବ୍‌ ନିମନ୍ତେ ପ୍ରଶିକ୍ଷଣ ଶେଷ ହୋଇଛି। ଏବେ କୌଶଳୀ କ୍ଲବ୍‌ର ପ୍ରଶିକ୍ଷଣ ଆରମ୍ଭ ହୋଇଛି। ପର୍ଯ୍ୟାୟକ୍ରମେ ପ୍ରତି ବ୍ଲକ୍‌ରୁ ଜଣେ ଶିକ୍ଷକଙ୍କୁ ପ୍ରଶିକ୍ଷଣ ଦେବାର କାର୍ଯ୍ୟକ୍ରମ ରହିଛି। ପରବର୍ତ୍ତୀ ସମୟରେ ମୁଖ୍ୟ ପ୍ରଶିକ୍ଷକମାନେ ବ୍ଲକ୍‌ସ୍ତରରେ ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ଦେବେ।

- Advertisement -

ଜାତୀୟସ୍ତରରେ କାର୍ଯ୍ୟ କରୁଥିବା ବିଭିନ୍ନ ଅନୁଷ୍ଠାନର ସହଭାଗିତାରେ ‘ମୋ ସ୍କୁଲ’ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ପରିଚାଳନା କରୁଛି । ବର୍ତ୍ତମାନ ସମୟର ଆହ୍ୱାନ ଅନୁସାରେ ଛାତ୍ରଛାତ୍ରୀଙ୍କର ପ୍ରଯୁକ୍ତିବିଦ୍ୟା ଓ କୋଡିଂ ଶିକ୍ଷାର ଆବଶ୍ୟକତାକୁ ଭିତ୍ତିକରି ଶିକ୍ଷା ବିଭାଗ ଏଭଳି ଏକ ନୂତନ ପାଠ୍ୟକ୍ରମକୁ ବିଶେଷ ଗୁରୁତ୍ୱ ଦେଉଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories