www.samajalive.in
Monday, December 15, 2025
14.1 C
Bhubaneswar

ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ- ମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଧାନସଭା ପ୍ରଶ୍ନକାଳ ସ୍ୱାଭାବିକ ଚାଲିଛି । ଗୃହରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ଶୀତଳ ଭଣ୍ଡାର ନେଇ ପ୍ରଶ୍ନରେ ଉତ୍ତର ରଖିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାମ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ରହିଛି । ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍‌ଡାର କାର୍ଯ୍ୟକ୍ଷମ ଅଛି । ବିଗତ୧୦ବର୍ଷରେ ରାଜ୍ୟରେ ୨୬ଟି ଶୀଳତ ଭଣ୍ଡାର ନିର୍ମାଣ ହୋଇଛି । ଏବେ ୨୨ଟି କାର୍ଯ୍ୟକ୍ଷମ ଓ ୪ଟି କାର୍ଯ୍ୟକ୍ଷମ ନାହିଁ । ଏହି ୨୨ଟି ମଧ୍ୟରୁ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି । ସବ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ ରହିଛି, ଏଥିପାଇଁ ୨୫୨କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ୧୫ଟି ନୂଆ ଓ ୨ଠି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories