www.samajalive.in
Thursday, December 11, 2025
27.1 C
Bhubaneswar

ଓଡିଶାରେ ଶୀତ ଲହରୀ: ୧୮ ଜିଲାରେ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ସାରା ଓଡିଶାରେ ଶୀତ ଲହରୀ ଜାରି ରହିଛି। ହାଡ ଭଙ୍ଗା ଶୀତରେ ସାରା  ଓଡିଶା ଏବେ ଥରୁଛି। ଶୀତ ସହିତ ଘନ କୁହୁଡି ମଧ୍ୟ ଲାଗି ରହିଛି। ଆଭ୍ୟନ୍ତର ଓଡିଶା ସମେତ ଅନୁଗୁଳ, କଳାହାଣ୍ଡି ଓ କନ୍ଧମାଳ ଜିଲାରେ କୁହୁଡି ଲାଗି ରହିବ। ସେହିପରି ଉପକୂଳ ଓଡିଶାର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ପକ୍ଷରେ ରାଜ୍ୟର ୧୮ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଶୀତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ, ଦେଓଗଡ, କେନ୍ଦୁଝର, ଅନୁଗୁଳ, ମୟୁରଭଞ୍ଜ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ବୌଦ୍ଧ, ସୋନପୁର, ବଲାଙ୍ଗିର ଆଦି ଜିଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ବଲାଙ୍ଗିର ଆଦି ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘନ କୁହୁଡି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୋପାଳପୁରରେ ସର୍ବାଧିକ ତାପମାତ୍ରା ୨୭.୫ ଡିଗ୍ରୀ ସେଲସିୟସ ରହିଥିବା ବେଳେ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୪.୦ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories