www.samajalive.in
Monday, December 15, 2025
15.1 C
Bhubaneswar

୫ ଦିନ ହାଡ଼ଭଙ୍ଗା ଶୀତ : ୧୧ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ କ୍ରମାଗତ ଭାବେ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଫଳରେ ଆଗାମୀ ପାଞ୍ଚ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେବ। ସର୍ବନିମ୍ନ ତାପମାତ୍ରା ବିଭିନ୍ନ ସ୍ଥାନରେ ହ୍ରାସ ପାଇବାରେ ଲାଗିଛି। ୧୭ଟି ସ୍ଥାନର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସି ଆସିଛି। ଆସନ୍ତା ୫ଦିନ ଏହା ଜାରି ରହିବ ଓ ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ପର୍ୟ୍ୟନ୍ତ ତଳକୁ ଖସି ଆସିବାର ସମ୍ଭାବନା ରହିଛି। ଆସନ୍ତା ତିନିଦିନ ପର୍ୟ୍ୟନ୍ତ ପ୍ରବଳ ଶୀତ ଲହରୀକୁ ଲକ୍ଷ୍ୟ କରି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲାଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ବରଗଡ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ ଏବଂ ଅନୁଗୋଳ ରହିଛି। ଉପରୋକ୍ତ ଜିଲାର ଅଧିବାସୀ ରାତିରେ ଏବଂ ସକାଳେ ଘରେ ରହିବାକୁ ପାଣିପାଗ କେନ୍ଦ୍ର ସତର୍କ କରାଇ ଦେଇଛି। ଜରୁରୀକାଳୀନ କାମ ନ ଥିଲେ ଖୋଲା ଗାଡିରେ ଯାତ୍ରା ନ କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ତିନିଦିନ ଯାଏଁ ବିଭିନ୍ନ ସ୍ଥାନରେ କୁହୁଡି ଦୃଶ୍ୟମାନ ହେବ। ସୋମବାର ସକାଳେ କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୫ରୁ ୭ ଡିଗ୍ରୀ ହ୍ରାସ ପାଇଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା ଝାରସୁଗୁଡାରେ ୭.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ୩ ଡିଗ୍ରୀ ପର୍ୟ୍ୟନ୍ତ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବ। ଆସନ୍ତା ୫ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ଏବଂ ଉପକୂଳବର୍ତ୍ତୀ ଜିଲାଗୁଡିକରେ ୨ରୁ ୪ଡିଗ୍ରୀ ପାରଦ ତଳକୁ ଖସି ଆସିବ। ଏହି ସମୟରେ ଦକ୍ଷିଣ, ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ଶୀତ ଲହରୀ ଜାରି ରହିବ।

ଶୀତ ଲହରୀ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯିବା ପରେ ଏସ୍‌ଆରସି ସମସ୍ତ ଜିଲାପାଳ ଏବଂ ମ୍ୟୁନିସିପାଲିଟି କମିସନଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦେଶ ଦେଇଛନ୍ତି। ନିରାଶ୍ରୟଙ୍କ ପାଇଁ ବିଦ୍ୟାଳୟ ଗୃହ, ଗୋଷ୍ଠୀ କେନ୍ଦ୍ର କକ୍ଷ ଏବଂ ଆବଶ୍ୟକସ୍ଥଳେ ଅନ୍ୟାନ୍ୟ ବିଲ୍ଡିଂରେ ରାତ୍ରି ଆଶ୍ରୟସ୍ଥଳ ବ୍ୟବସ୍ଥା ବୃଦ୍ଧି କରିବାକୁ ପରାମର୍ଶ ଦିଆଯାଇଛି। ଜନସାଧାରଣ ମଧ୍ୟ ରାତି ଓ ସକାଳେ ଘରୁ ନ ବାହାରିବାକୁ ଏସ୍‌ଆରସି ସତର୍କ କରାଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories