www.samajalive.in
Monday, December 15, 2025
16.1 C
Bhubaneswar

୨୪ଘଣ୍ଟାରେ କମିବ ଶୀତ

ଭୁବନେଶ୍ବର : ଆସନ୍ତା ୨୪ଘଣ୍ଟାରେ ରାତିର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇପାରେ। ଫଳରେ ଥଣ୍ଡା ପ୍ରକୋପରୁ ଆଶ୍ବସ୍ତି ମିଳିବ ବୋଲି ପାଣିପାଗ ବିଭାଗ ରିପୋର୍ଟରୁ ଜଣାପଡ଼ିଛି । ଉପକୂଳ ଓଡ଼ିଶା ସମେତ ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, କୋରାପୁଟରେ ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ କୁହୁଡ଼ି ଅନୁଭୂତ ହୋଇପାରେ। ରାତିର ସବନିମ୍ନ ତାପମାତ୍ରା ୨ଦିନ ଧରି ୨ରୁ ୪ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗ ରିପୋର୍ଟରୁ ଜଣାପଡ଼ିଛି ଯେ ଗତ ୨୪ଘଣ୍ଟା ମଧ୍ୟରେ ଫୁଲବାଣୀର ପାରଦ ରାଜ୍ୟରେ ସବୁଠୁ କମ୍ ୫.୫ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି। ସୋନପୁର, ଦାରିଙ୍ଗବାଡ଼ି ଓ ଅନୁଗୋଳରେ ୭ଂ ସେଲସିୟସ ଥିବାବେଳେ ଟିଟିଲାଗଡ଼ରେ ୭ରୁ ୮ଡ଼ିଗ୍ରୀ ମଧ୍ୟରେ ରହିଛି। କେନ୍ଦୁଝରଗଡ଼, ସମ୍ବଲପୁର, ତାଳଚେରରେ ୧୦ଂ ତଳେ ରହିଛି। କଟକ, ବାଲେଶ୍ବର, ବାରିପଦା, ହୀରାକୁଦ, ବଲାଙ୍ଗୀରରେ ୧୧ରୁ ୧୨ ଭିତରେ ଥିବାବେଳେ ଭୁବନେଶ୍ବରରେ ୧୩ଡ଼ିଗ୍ରୀ ରହିଛି। ୧୭ତାରିଖରେ ଅନୁଗୋଳ, ଢ଼େଙ୍କାନାଳ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ ଓ ଭଦ୍ରକ ଏବଂ ୧୮ରେ ଅନୁଗୋଳ,ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ପୁରୀ, କୋରାପୁଟ ଓ ବଲାଙ୍ଗୀରରେ ଘନ କୁହୁଡ଼ି ଅନୁଭୂତ ହେବ। ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିପାଇଁ ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories