ଡେସ୍କ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହରିୟାଣା, ପଞ୍ଜାବ, ପଶ୍ଚିମ ଉତ୍ତରପ୍ରଦେଶ ଏବଂ ରାଜସ୍ଥାନର କିଛି ସ୍ଥାନରେ ଶୀତ ଲହରୀ ଜାରି ରହିବ। ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ସର୍ବନିମ୍ନ ତାପମାତ୍ରା ୭ରୁ ୧୦ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ତିନି ଦିନ ମଧ୍ୟରେ ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ଉତ୍ତର ମଧ୍ୟପ୍ରଦେଶ, ଓଡିଶା, ବିହାର, ସିକ୍କିମ୍, ଆସାମ, ମେଘାଳୟ, ମିଜୋରାମ ଏବଂ ତ୍ରିପୁରାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ତାମିଲନାଡୁ ଏବଂ କେରଳର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି।




