ଜିଲ୍ଲାପାଳଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ; ଅଢେଇ ଲକ୍ଷ ଟଙ୍କାର ସହାୟତା ପ୍ରଦାନ

ହରଭଙ୍ଗା : ହରଭଙ୍ଗା ବ୍ଲକର କଂରଜକଟା ପଂଚାୟତ ପ୍ରାଙ୍ଗଣରେ ସୋମବାର ବୌଦ୍ଧ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ଲକର ବିଭିନ୍ନ ଅଂଚଳରୁ ୧୨୮ଟି ଅଭିଯୋଗର ପଞିକରଣ ହୋଇଥିଲା। ସେଥିରୁ ୧୨୧ଟି ବ୍ୟକ୍ତିଗତ, ୭ଟି ସାମୁହିକ ଅଭିଯୋଗ ରହିଥିଲା। ସେଥିରୁ ବୌଦ୍ଧ ଜିଲ୍ଲାପାଳ ସତ୍ୟରଞନ ସାହୁ ୯୦ଟି ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ଏହା ସହିତ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୩ଜଣଙ୍କୁ ୧ଲକ୍ଷ ୫୬ହଜାର ଟଙ୍କା ଏବଂ ରେଡକ୍ରସ ପାଣ୍ଠିରୁ ୧୭ଜଣଙ୍କୁ ୯୪ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହିତ, ବୌଦ୍ଧ ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ବୌଦ୍ଧ ଉପଜିଲ୍ଲାପାଳ ରବିନ୍ଦ୍ରନାଥ କହଁର, ହରଭଙ୍ଗା ତହସିଲଦାର ଶମ୍ଭୁଭୂଷଣ ମିଶ୍ର, ହରଭଙ୍ଗା ବିଡିଓ ସ୍ୱପ୍ନିତା ନାଏକ, ଜିଲ୍ଲା ସୂଚନା ଓ ଲୋକ ସର୍ମ୍ପକ ଅଧିକାରୀ ରିତୀକାନ୍ତ ବଳିଆରସିଂ କହଁରଙ୍କ ସହିତ ବହୁ ଜିଲ୍ଲାସ୍ତରୀୟ ପଦାଧିକାରୀ ସାମିଲ ଥିଲେ ।

Comments are closed.