www.samajalive.in
Thursday, December 11, 2025
26.1 C
Bhubaneswar

ଲାଞ୍ଜିଗଡ଼ ବ୍ଲକରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର

ଲାଞ୍ଜିଗଡ଼ : ମଙ୍ଗଳବାର  ଲାଞ୍ଜିଗଡ଼ ବ୍ଲକ ସଭାଗୃହ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ କଳାହାଣ୍ଡି ଜିଲ୍ଲାପାଳ ସଚିନ ପାଓ୍ବାର ପ୍ରକାଶ, କେସିଙ୍ଗା ଏସଡିପିଇଓ ଆର ଆର ସେନାପତି, ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ, ଲାଞ୍ଜିଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର ପ୍ରମୁଖ ମଞ୍ଚାସିନ ରହି ବିଭିନ୍ନ ସମସ୍ୟାର ୨୭ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ  ଜିଲ୍ଲା ସ୍ତରୀୟ ପଦାଧିକାରୀ ଯୋଗଦେଇ ଥିବାବେଳେ ବ୍ଲକର ସମସ୍ତ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ଜଣେ ଦିବ୍ୟାଙ୍ଗଙ୍କ ଏକ ଟ୍ରାଏ ସାଇକେଲ ପ୍ରଦାନ କରିଥିଲେ।  ଧଅଁରାଭଟା ସ୍ଥିତ ଏକଲବ୍ୟ ଆବାସିକ ବିଦ୍ୟାଳୟ ଠାରେ ପାନୀୟ ଜଳ, ବିଦ୍ୟୁତ ଓ ଭିତ୍ତି ଭୂମିର ସମସ୍ୟାକୁ ପରିଚାଳନା କମିଟି ସଭାପତି ହରିହର କୁମାର ଜିଲ୍ଲାପାଳ ସଚିନ ପାଓ୍ବାର ପ୍ରକାଶ ଙ୍କୁ ଲିଖିତ ଅଭିଯୋଗ କରିବା ପରେ ଶିବିରର ପରେ  ଏକଲବ୍ୟ ଆବାସିକ ବିଦ୍ୟାଳୟର ଭିତ୍ତି ଭୂମି ପରିଦର୍ଶନ କରି ବିଭିନ୍ନ ସମସ୍ୟା ଉପରେ  ବିଡିଓ ଶଶାଙ୍କ ପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଅଧ୍ୟକ୍ଷା କମଳା ପାତ୍ର,ଉପାଧ୍ୟକ୍ଷ ସଂଜିବ କୁମାର ନାୟକ, ଜିଲ୍ଲା ପରିଷଦ ସଭ୍ୟ ପରୀକ୍ଷିତ ନାଏକ ସମେତ  ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହିତ ଜିଲ୍ଲାପାଳ ଆଲୋଚନା କରି ଏହାର ଶୀଘ୍ର ସମସ୍ୟା ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories