www.samajalive.in
Monday, December 15, 2025
17.1 C
Bhubaneswar

ତଳଗାଁ ୫-ଟି ସ୍କୁଲ ଓ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ହରଭଙ୍ଗା: ବୌଦ୍ଧ ଜିଲାପାଳ ସତ୍ୟରଞ୍ଜନ ସାହୁ ତଳଗାଁରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସାରି ୫-ଟି ସ୍କୁଲ ନିର୍ମାଣ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ନିର୍ମାଣ କାର୍ଯ୍ୟ ବିଳମ୍ବକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଜିଲାପାଳ। ସ୍କୁଲରେ ପାନୀୟ ଜଳ ସୁବିଧା ନଥିବା ଦେଖି ତୁରନ୍ତ ଗୋଟିଏ ବୋରୱେଲ ସାଙ୍ଗକୁ ଆକୁଆଗାର୍ଡ ଲଗାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପିଲାଙ୍କ ଭୋଜନାଳୟ ନିର୍ମାଣ ସହିତ ୫-ଟି ଶ୍ରେଣୀ ଗୃହ ଇତ୍ୟାଦି ବୁଲି ଦେଖିଥିଲେ। ମଧ୍ୟାହ୍ନ ଭୋଜନ ଖାଦ୍ୟର ମାନ ପରଖିବା ସହିତ ଭାତ ପ୍ରସ୍ତୁତ ପ୍ରାଣାଳୀକୁ ନେଇ କ୍ଷୋଭ ପ୍ରକାଶ କରିଥିଲେ। ଏଥି ସହିତ ସିଆରସିସି ଏବଂ ଦାୟିତ୍ୱରେ ଥିବା ଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଗାର୍ଡେନ ଏବଂ ପାଠଗାର ମଧ୍ୟ ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଆସନ୍ତା ୨୦ତାରିଖ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଯନ୍ତ୍ରୀ, ବ୍ଲକ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ସ୍କୁଲ ପରିସରରେ ଥିବା ଛାତ୍ରୀ ନିବାସ ବୁଲି ଦେଖିବା ସହିତ ଅନ୍ତେବାସୀଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ରୋଷେଇ ଘର ନଥିବାରୁ ତୁରନ୍ତ ଏହାର ନିର୍ମାଣ କାର୍ଯ୍ୟ କରିବାକୁ କହିଥିଲେ। ପରେ ତଳଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିବା ସହିତ ନୂତନ ସ୍ୱାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣ ପାଇଁ ଜମି ଚିହ୍ନଟ କରିଥିଲେ। ତଳଗାଁ ହାଟ ନିର୍ମାଣ କାର୍ଯ୍ୟ ପରିଦର୍ଶନ କରିଥିଲେ। ଜିଲ୍ଲାପାଳଙ୍କ ପରିଦର୍ଶନ ସମୟରେ ତାଙ୍କ ସହିତ ହରଭଙ୍ଗା ତହସିଲଦାର ଶମ୍ଭୁ ଭୁଷଣ ମିଶ୍ର, ହରଭଙ୍ଗା ବିଡିଓ ସ୍ୱପ୍ନିତା ନାଏକ, ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମନୋରଞନ ପାତ୍ର, ଯନ୍ତ୍ରୀ ବାବୁଲା ବେହେରା, ଜିଲ୍ଲା ଶିକ୍ଷାଧିକାରୀ ଉଦୟନାଥ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories