www.samajalive.in
Sunday, December 7, 2025
26.1 C
Bhubaneswar

ସର୍ପାଘାତରେ କଲେଜ ପଢୁଆ ଛାତ୍ରର ମୃତ୍ୟୁ

ବୋଲଗଡ : ବୋଲଗଡ ବ୍ଲକ ଦଳାଇସାହି ପଞ୍ଚାୟତ ଅନ୍ତର୍ଗତ ହାଟସାହି ଗ୍ରାମର ଜଣେ କଲେଜ ପଢୁଆ ଛାତ୍ରଙ୍କୁ ଏକ ବିଷଧର ସାପ ଦଂଶନରୁ ତାଙ୍କର ମୃତ୍ୟୁ ଘଟିଛି। ଘଟଣାରୁ ଜଣାପଡିଛି ଯେ ହାଟସାହି ଗ୍ରାମର ଜନାର୍ଦ୍ଦନ ମହାପାତ୍ରଙ୍କ ପୁତ୍ର ଦୀପକ କୁମାର ମହାପାତ୍ର (୨୨) ସୋମବାର  ଶୈାଚ ପାଇଁ ନିଜ ବାଡିରେ ଥିବା ପାଇଖାନାକୁ ଯାଇଥିଲେ। ସେଠାରେ ଏକ ବିଷଧର ସର୍ପ ଅଜଣା ଭାବରେ ଥାଇ ଦୀପକକୁ ଦଂଶନ କରିଥିଲା। ଏସମ୍ପର୍କରେ ସେ ପରିବାରଙ୍କୁ ଜଣାଇ ସଂଜ୍ଞାହୀନ ହୋଇ ତଳେ ପଡିଯାଇଥିଲେ। ପରିବାର ପକ୍ଷରୁ ତାଙ୍କୁ ଚିକିତ୍ସା ନିମନ୍ତେ ନୟାଗଡ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଶବ ବ୍ୟବଛେଦ କରାଯିବା ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ସୂଚନା ଥାଉକି ସେ ସ୍ଥାନୀୟ ପରମାନନ୍ଦ ମହାବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର କଳାଛାତ୍ର ଥିଲେ। ସମାଜସେବୀ ଆର୍ତ୍ତବନ୍ଧୁ ପ୍ରଧାନ ମୃତ ପରିବାରକୁ ସରକାରୀ ଆର୍ଥିକ ସହୟାତା ଯୋଗାଇଦେବାକୁ ଅନୁରୋଧ କରିଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories