www.samajalive.in
Saturday, December 6, 2025
26.1 C
Bhubaneswar

ଗୋପବନ୍ଧୁଭବନରେ ପୁଲିସ କମିସନର

କଟକ  : କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂତନ ପୁଲିସ କମିସନର ସତ୍ୟଜିତ ମହାନ୍ତି ମଙ୍ଗଳବାର ସନ୍ଧ୍ୟାରେ ବକ୍ସିବଜାରସ୍ଥିତ ଗୋପବନ୍ଧୁ ଭବନ ପରିଦର୍ଶନରେ ଆସି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ର ମୁଦ୍ରାକର ଓ ପ୍ରକାଶକ ନିରଞ୍ଜନ ରଥଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ। କମିସନରେଟ ପୁଲିସ କିପରି ଅଧିକରୁ ଅଧିକ ଜନସାଧାରଣଙ୍କ ନିକଟତର ଓ ବିଶ୍ୱାସଭାଜନ ହୋଇପାରିବ ସେଥିପ୍ରତି ଗୁରୁତ୍ୱ ଦେବାକୁ ଶ୍ରୀ ରଥ ନବନିଯୁକ୍ତ କମିସନର ଶ୍ରୀ ମହାନ୍ତିଙ୍କୁ ପରାମର୍ଶ ଦେଇଥିଲେ।
ଏହି ଅବସରରେ ଶ୍ରୀ ମହାନ୍ତି ‘ସମାଜ’ର ବିଭିନ୍ନ ବିଭାଗ ବୁଲି ଦେଖିଥିଲେ। ସାକ୍ଷାତ ଆଲୋଚନା ସମୟରେ ‘ସମାଜ’ର ସମ୍ପାଦକ ବାମାପଦ ତ୍ରିପାଠୀ, କାର୍ଯ୍ୟକାରୀ ମୁଖ୍ୟ ପରିଚାଳକ ପ୍ରିୟବ୍ରତ ମହାନ୍ତି, ବାର୍ତ୍ତା ସମ୍ପାଦକ ସୁଶାନ୍ତ ମହାନ୍ତି, ବ୍ୟୁରୋ ମୁଖ୍ୟ ସମରେନ୍ଦୁ ଦାସ, ମାନବସମ୍ବଳ ବିଭାଗର ସହକାରୀ ପରିଚାଳକ କୃଷ୍ଣଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories