www.samajalive.in
Friday, December 12, 2025
27.1 C
Bhubaneswar

ଉଦଘାଟିତ ହେଲା ଗୋଷ୍ଠୀ ବେତାର କେନ୍ଦ୍ର ‘ଆଦର’

ବୌଦ୍ଧ  : ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ନାରାୟରପୁର ସ୍ଥିତ ସେବାବିହାର ଠାରେ ଜିଲାର ପ୍ରଥମ ଗୋଷ୍ଠୀ ବେତାର କେନ୍ଦ୍ର ‘ଆଦର’ ଶୁକ୍ରବାର ଦିନ ଉଦଘାଟିତ ହୋଇଛି । ମୁଖ୍ୟ ଅତିଥିଭାବେ ଜିଲାପାଳ ସତ୍ୟରଂଜନ ସାହୁ ଯୋଗଦେଇ ଏହି ଗୋଷ୍ଠୀ ବେତାର କେନ୍ଦ୍ରକୁ ଉଦଘାଟନ କରିବା ସହିତ ପ୍ରଥମ ବାର୍ତ୍ତା ପ୍ରଦାନ କରିଥିଲେ । ଏହି ଏଫଏମ ରେଡିଓ ଷ୍ଟେସନ ଦ୍ୱାରା ୧୫ କିଲୋମିଟି ଦୂରତାରେ ରହିଥିବା ଲୋକମାନେ ଦୁଇ ଓଳି ବିଭିନ୍ନ ମନୋରଂଜନ କାର୍ଯ୍ୟକ୍ରମ ଶୁଣିପାରିବେ। ଏହାବ୍ୟତୀତ ବିଭିନ୍ନ ପ୍ରସଙ୍ଗରେ ଲୋକଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିବା ଏବଂ ରେଡିଓ ଆଲୋଚନା କାର୍ଯ୍ୟକ୍ରମ ମଧ୍ୟ ହୋଇପାରିବ ବୋଲି ଆଶ୍ୱାସ୍ରୋ ଅନୁଷ୍ଠାନର ସଂପାଦକ ପ୍ରଭାସ ସାମନ୍ତରାୟ ସୂଚନା ପ୍ରଦାନ କରିଛନ୍ତି । ଲୋକମାନେ ୮୯.୬ ରେ ଏଫଏମରେ ଏହି ଷ୍ଟେସନର କାର୍ଯ୍ୟକ୍ରମ ଶୁଣିପାରିବେ । ଉଦଘାଟନୀ ଉତ୍ସବ ଅବସରରେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଂଜନ ମଦନ ମୋହନ ପାତ୍ର,ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଯୋଗଦେଇଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଜିଲା ସୂଚନା ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂହ, ବାଲ୍ୟବିବାହ ନିଷେଧ ପରାମର୍ଶଦାତ୍ରୀ ପ୍ରବିଜ୍ଞା ଦାଶ ପ୍ରମୁଖ ଯୋଗ ଦେଇଥିଲେ।

Hot this week

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories