www.samajalive.in
Monday, December 15, 2025
17.1 C
Bhubaneswar

ଚାକିରି କାଳରେ ମୃତ୍ୟୁ ହେଲେ ପାଚିକାଙ୍କ ପରିବାରକୁ ୧ ଲକ୍ଷ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନାରେ କାର୍ଯ୍ୟରତ ପାଚିକାଙ୍କର ଚାକିରି କାଳରେ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ୧ ଲକ୍ଷ ଟଙ୍କା ମୃତ୍ୟୁକାଳୀନ ସହାୟତା ପ୍ରଦାନ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ (ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ) ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପୋଷଣ ସ୍ଥିତିରେ ସୁଧାର ଆଣିବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା କାର୍ଯ୍ୟକାରୀ ହେଉଛି। ଏହି ଯୋଜନାରେ ପାଚିକାଙ୍କୁ ସରକାରଙ୍କ ଦ୍ବାରା ଧାର୍ଯ୍ୟ ହାରରେ ପାରିତୋଷିକ ଦିଆଯାଏ। ପାଚିକାଙ୍କ ସାମାଜିକ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତାବ ସରକାରଙ୍କ ବିଚାରାଧୀନ ଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ଉପରୋକ୍ତ ନିଷ୍ପତ୍ତି ନେଇଛନ୍ତି। ଏହି ସହାୟତା ପାଇବା ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଦତ୍ତ ପାଚିକାଙ୍କ ମୃତ୍ୟୁ ପ୍ରମାଣପତ୍ରର ନକଲ, ତହସିଲଦାରଙ୍କ ପ୍ରଦତ୍ତ ମୃତ ପାଚିକାଙ୍କ ଉତ୍ତରାଧିକାରୀ ପ୍ରମାଣପତ୍ରର ନକଲ, ମୃତ ପାଚିକା ଓ ଦାବିଦାରଙ୍କ ଆଧାର କାର୍ଡର ନକଲ, ଦାବିଦାରଙ୍କ ବ୍ୟାଙ୍କ ଖାତାର ପ୍ରଥମ ପୃଷ୍ଠାର ନକଲ, ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କଠାରୁ ଆବଶ୍ୟକ ସୁପାରିସ ଆଦି କାଗଜପତ୍ର ଆବଶ୍ୟକ। ସହାୟତ‌ା ରାଶି ସିଧାସଳଖ ଦାବିଦାରଙ୍କ ବ୍ୟାଙ୍କ ଖାତାକୁ ପ୍ରେରଣ କରାଯିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories