www.samajalive.in
Saturday, December 6, 2025
26.1 C
Bhubaneswar

କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା

ଆଠଗଡ : ଭୋଟର ତାଲିକା ସଂକ୍ଷିପ୍ତ ସଂଶୋଧନ ଅଭିଯାନ ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର ୨୮ ପର୍ଯ୍ୟନ୍ତ ଏକମାସ ବ୍ୟାପୀ ଚାଲିବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଠଗଡର ବିଭିନ୍ନ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ଯରେ ସୋମବାର ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ମଙ୍ଗଳବାର ଏହି ସଂକ୍ଷିପ୍ତ ସଂଶୋଧନ ଅଭିଯାନ ପାଇଁ ପଦଯାତ୍ରା, ପଥ ଉତ୍ସବ ଓ ଅନ୍ୟାନ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବ । ସୋମବାର ଆଠଗଡର ଗୋପବନ୍ଧୁ ବିଜ୍ଞାନ କଲେଜ, ଗୋପବନ୍ଧୁ ସ୍ନାତକ ମହିଳା କଲେଜ ଓ ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(କନିଷ୍ଠ କଲେଜ)ରେ ‘ଭୋଟ ଦେବା, ଦେଶ ଗଢିବା’ ଶୀର୍ଷକ ଚିତ୍ରାଙ୍କନ ପ୍ରତିଯୋଗିତାରେ ମୋଟ ୪୩ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଉପଜିଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମାଙ୍କ ତତ୍ତ୍ବାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସହକାରୀ ଜିଲାପାଳ ମାନସ ରଞ୍ଜନ ବେହେରା ଓ କାଜଲ କୁମାର ମଲ୍ଲିକ ପରିଚାଳନା କରିଥିଲେ । ଉପଜିଲାପାଳ କାର୍ଯ୍ୟାଳୟର ଅନ୍ୟ କର୍ମଚାରୀଙ୍କ ସହିତ ତିନୋଟିଯାକ କଲେଜର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଏଥିରେ ସହଯୋଗ କରିଥିଲେ ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories