www.samajalive.in
Sunday, December 14, 2025
26.1 C
Bhubaneswar

ରାଜଧାନୀରେ ବାଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ, ବିଜ୍ଞପ୍ତି ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀରେ ବାଣ ଉପରେ ସଂପୂର୍ଣ୍ଣ ପ୍ରତିବନ୍ଧକ ଲଗାଯାଇଛି। ଏଥର ମଧ୍ୟ ଦୀପାବଳିରେ ଦିଲ୍ଲୀବାସୀଙ୍କୁ ବାଣ ମନା। ଶୀତ ଦିନେ ବୃଦ୍ଧି ପାଉଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଅକ୍ଟୋବର ୧୪ରୁ ଜାନୁୟାରୀ ୧, ୨୦୨୫ ପର୍ଯ୍ୟନ୍ତ ବାଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଦିଲ୍ଲୀ ସରକାର। ବାଣ ଉତ୍ପାଦନ, ସଂରକ୍ଷଣ, ବିକ୍ରୟ ଏବଂ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଯାଇଛି। ଜାନୁୟାରୀ ୧, ୨୦୨୫ ପର୍ଯ୍ୟନ୍ତ ଅନଲାଇନ୍ ବାଣ ବିକ୍ରୟ ଏବଂ ଡେଲିଭରୀ ଉପରେ ମଧ୍ୟ ନିଷେଧାଦେଶ ଜାରି ରହିବ। ଏ ସମ୍ପର୍କରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଦିଲ୍ଲୀବାସୀଙ୍କୁ ସହଯୋଗ ପାଇଁ ମଧ୍ୟ ଅନୁରୋଧ କରାଯାଇଛି। ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories