www.samajalive.in
Monday, December 8, 2025
27.1 C
Bhubaneswar

ଅଜିତ ମଙ୍ଗରାଜଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ବର : ପିପିଲି ଉପନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କର ହଠାତ୍ ବିୟୋଗ ହେବା ଅବିଶ୍ୱାସନୀୟ । ତାଙ୍କ ଭଳି ସକରାତ୍ମକ ଭାବନା ରଖୁଥିବା ନେତୃତ୍ୱଙ୍କ ବିୟୋଗ ହେବା ଓଡ଼ିଶା ପାଇଁ ଅପୂରଣୀୟ କ୍ଷତି । ଏହି କଠିନ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ।
ଶ୍ରୀ ପ୍ରଧାନ ସ୍ୱର୍ଗତ ଅଜିତ୍ ମଙ୍ଗରାଜଙ୍କ ପରିବାରର ସଦସ୍ୟଙ୍କୁ ଭୁବନେଶ୍ୱର ଠାରେ ଏକ ଘରୋଇ ହସ୍ପିଟାଲରେ ଭେଟି  ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ବୋଲି ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories