www.samajalive.in
Friday, December 12, 2025
23.1 C
Bhubaneswar

ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ଅଞ୍ଚଳ ର ସ୍ବର୍ଗତ ମଲ୍ଲିକ ଦେଶ ର ସ୍ଵାଧୀନତା ସଂଗ୍ରାମରେ ଯୋଗ ଦେଇ ବହୁ ବାର କାରାବରଣ କରିଥିଲେ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ସ୍ବର୍ଗତ ମଲ୍ଲିକ ନିଜକୁ ସର୍ବଦା ରଚନାତ୍ମକ କାର୍ଯ୍ୟରେ ନିୟୋଜିତ ରଖିଥିଲେ .କେନ୍ଦ୍ରାପଡା ଜିଲ୍ଲା ର ଜଣେ ବିଶିଷ୍ଟ ସମାଜ ସେବୀ ଭାବେ ମଧ୍ୟ ତାଙ୍କର ବିଶେଷ ସୁନାମ ରହିଥିଲା। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମଲ୍ଲିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ଚାଟରାଚକୋଡା ପଞ୍ଚାୟତ ହଳଦୀବସନ୍ତ ଗ୍ରାମର ଶତାୟୁ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକଙ୍କର ଗତକାଲି ୧୦୩ ବର୍ଷରେ ପରଲୋକ ହୋଇଯାଇଛି । ୧୯୨୯ ମସିହାରେ ଜନ୍ମଗ୍ରହଣକରିଥିବା ସ୍ଵର୍ଗତଃ ମଲିକ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥାଇ ଶଯ୍ୟାସାଇ ଥିଲେ । ମହାତ୍ମାଗାନ୍ଧୀଙ୍କ ପ୍ରେରଣାରେ ଅନୁପ୍ରାଣିତ ହୋଇ ସେ ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇଥିଲେ। ସେ ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀ ଥିଲେ । ତାଙ୍କର ବିୟୋଗରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀ ନାୟକ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିବା ସହିତ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories