www.samajalive.in
Sunday, December 14, 2025
16.1 C
Bhubaneswar

ମିହିର ଦାସଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି

ଭୁବନେଶ୍ବର/ଯାଜପୁର: ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଯାଇଛି। ଅଭିନେତା ମିହିର ଦାସଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଏବଂ ଓଡ଼ିଶା ସିନେ ଜଗତରେ ଏକ ସୁବର୍ଣ୍ଣ ଯୁଗର ସୂର୍ଯ୍ୟାସ୍ତ ହେଲା ବୋଲି ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରି କହିଛନ୍ତି। ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଓଡ଼ିଆ ସିନେଜଗତର ପ୍ରଖ୍ୟାତ ଅଭିନେତା ମିହିର ଦାସଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକଟ କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ବନା ଜଣାଇଛନ୍ତି। ସ୍ବର୍ଗତ ଦାସ ଜଣେ ଶୀର୍ଷ ସ୍ତରର କଳାକାର ଭାବେ ନିଜର ଅନନ୍ୟ ଅଭିନୟ କଳା ପାଇଁ ସବୁରି ହୃଦୟରେ ରହିବେ ବୋଲି ରାଜ୍ୟପାଳ ପ୍ରକାଶ କରିଛନ୍ତି।

- Advertisement -

ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା କଳାକାର ସ୍ବର୍ଗତ ମିହିର ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି କହିଛନ୍ତି ଯେ ବର୍ଷୀୟାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ଓଡ଼ିଶା ସିନେ ଜଗତର ସୁନାମଧନ୍ୟ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ ବୋଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଶୋକ ବାର୍ତ୍ତାରେ ପ୍ରକାଶ କରିଛନ୍ତି। ଶ୍ରୀ ପ୍ରଧାନ ଟ୍ବିଟ କି କହିଛନ୍ତି ଯେ ଜଣେ କଳାକାର ଭାବରେ ନୁହେଁ ବରଂ ତାଙ୍କ ସହ ମୋର ସମ୍ପର୍କ ବଡ଼ ଭାଇ ଭଳି ଥିଲା। ସେ ଆମ ଗହଣରେ ଆଜି ନାହାନ୍ତି, ଏ ଖବରକୁ ମୁଁ ବିଶ୍ୱାସ କରିପାରୁନାହିଁ। ନିଜର ଉତ୍କର୍ଷ ଅଭିନୟ ତଥା ସବୁ ଭୂମିକାରେ ଶ୍ରେଷ୍ଠ ପ୍ରଦର୍ଶନ କରି ସେ କୋଟି କୋଟି ଓଡ଼ିଆ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ସୁବର୍ଣ୍ଣ ଯୁଗର ସୂର୍ଯ୍ୟାସ୍ତ ହେଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।

ଅଭିନେତା ମିହିର ଦାସଙ୍କ ବିୟୋଗ ଓଡ଼ିଆ ଚଳଚିତ୍ର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଏକ ସୁବର୍ଣ୍ଣ ଯୁଗର ସୂର୍ଯ୍ୟାସ୍ତ ହେଲା ବୋଲି ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକରେ ବିଶିଷ୍ଟ ଲେଖକ ଇଂ ତାରାପ୍ରସାଦ ମିଶ୍ର, ହରି ସାମନ୍ତ, ପ୍ରତାପ ପ୍ରଧାନ, ଇଂ ଅରୁଣ ପଟନାୟକ ଓ ବିଭିନ୍ନ ମହଲରୁ ଶୋକ ପ୍ରକାଶ କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories